Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।
Other Translations King James Version (KJV) And all that dwell upon the earth shall worship him, whose names are not written in the book of life of the Lamb slain from the foundation of the world.
American Standard Version (ASV) And all that dwell on the earth shall worship him, `every one' whose name hath not been written from the foundation of the world in the book of life of the Lamb that hath been slain.
Bible in Basic English (BBE) And all who are on the earth will give him worship, everyone whose name has not been from the first in the book of life of the Lamb who was put to death.
Darby English Bible (DBY) and all that dwell on the earth shall do it homage, [every one] whose name had not been written from [the] founding of [the] world in the book of life of the slain Lamb.
World English Bible (WEB) All who dwell on the earth will worship him, everyone whose name has not been written from the foundation of the world in the book of life of the Lamb who has been killed.
Young's Literal Translation (YLT) And bow before it shall all who are dwelling upon the land, whose names have not been written in the scroll of the life of the Lamb slain from the foundation of the world;
Cross Reference Exodus 32:32 in Oriya 32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ-କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”
Isaiah 4:3 in Oriya 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
Daniel 12:1 in Oriya 1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Luke 10:20 in Oriya 20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର।
John 1:29 in Oriya 29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
Ephesians 1:4 in Oriya 4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Philippians 4:3 in Oriya 3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
Titus 1:2 in Oriya 2 ଇଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;
1 Peter 1:19 in Oriya 19 ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
Revelation 3:5 in Oriya 5 ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
Revelation 3:10 in Oriya 10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
Revelation 3:20 in Oriya 20 ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
Revelation 5:6 in Oriya 6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା।
Revelation 5:12 in Oriya 12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।
Revelation 12:15 in Oriya 15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।
Revelation 13:3 in Oriya 3 ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,
Revelation 13:14 in Oriya 14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Revelation 17:8 in Oriya 8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।