Revelation 14:1 in Oriya 1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।
Other Translations King James Version (KJV) And I looked, and, lo, a Lamb stood on the mount Sion, and with him an hundred forty and four thousand, having his Father's name written in their foreheads.
American Standard Version (ASV) And I saw, and behold, the Lamb standing on the mount Zion, and with him a hundred and forty and four thousand, having his name, and the name of his Father, written on their foreheads.
Bible in Basic English (BBE) And I saw the Lamb on the mountain of Zion, and with him a hundred and forty-four thousand, marked on their brows with his name and the name of his Father.
Darby English Bible (DBY) And I saw, and behold, the Lamb standing upon mount Zion, and with him a hundred [and] forty-four thousand, having his name and the name of his Father written upon their foreheads.
World English Bible (WEB) I saw, and behold, the Lamb standing on Mount Zion, and with him a number, one hundred forty-four thousand, having his name, and the name of his Father, written on their foreheads.
Young's Literal Translation (YLT) And I saw, and lo, a Lamb having stood upon the mount Sion, and with him an hundred forty-four thousands, having the name of his Father written upon their foreheads;
Cross Reference Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 132:13 in Oriya 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
Isaiah 49:14 in Oriya 14 ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରି ଅଛନ୍ତି।”
Jeremiah 1:11 in Oriya 11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
Ezekiel 1:4 in Oriya 4 ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।
Ezekiel 2:9 in Oriya 9 ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋ' ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
Ezekiel 8:7 in Oriya 7 ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।
Ezekiel 10:1 in Oriya 1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।
Ezekiel 10:9 in Oriya 9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା।
Ezekiel 44:4 in Oriya 4 ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।
Daniel 12:5 in Oriya 5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।
Joel 2:32 in Oriya 32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।”
Amos 8:2 in Oriya 2 ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।
Micah 4:7 in Oriya 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
Zechariah 4:2 in Oriya 2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି।
Luke 12:8 in Oriya 8 ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଇଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
Romans 9:33 in Oriya 33 ଯେପରି ଲେଖା ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
Hebrews 12:22 in Oriya 22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଇଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Revelation 3:12 in Oriya 12 ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଇଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଇଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଇଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।
Revelation 4:1 in Oriya 1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ।
Revelation 5:5 in Oriya 5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।
Revelation 5:12 in Oriya 12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।
Revelation 6:8 in Oriya 8 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।
Revelation 7:3 in Oriya 3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ।
Revelation 13:16 in Oriya 16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,
Revelation 14:14 in Oriya 14 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।
Revelation 15:5 in Oriya 5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା,