Revelation 14:10 in Oriya 10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଇଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Other Translations King James Version (KJV) The same shall drink of the wine of the wrath of God, which is poured out without mixture into the cup of his indignation; and he shall be tormented with fire and brimstone in the presence of the holy angels, and in the presence of the Lamb:
American Standard Version (ASV) he also shall drink of the wine of the wrath of God, which is prepared unmixed in the cup of his anger; and he shall be tormented with fire and brimstone in the presence of the holy angels, and in the presence of the Lamb:
Bible in Basic English (BBE) To him will be given of the wine of God's wrath which is ready unmixed in the cup of his wrath and he will have cruel pain, burning with fire before the holy angels and before the Lamb:
Darby English Bible (DBY) he also shall drink of the wine of the fury of God prepared unmixed in the cup of his wrath, and he shall be tormented in fire and brimstone before the holy angels and before the Lamb.
World English Bible (WEB) he also will drink of the wine of the wrath of God, which is prepared unmixed in the cup of his anger. He will be tormented with fire and sulfur in the presence of the holy angels, and in the presence of the Lamb.
Young's Literal Translation (YLT) he also shall drink of the wine of the wrath of God, that hath been mingled unmixed in the cup of His anger, and he shall be tormented in fire and brimstone before the holy messengers, and before the Lamb,
Cross Reference Genesis 19:24 in Oriya 24 ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି
Deuteronomy 29:23 in Oriya 23 ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟିମ୍ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
Job 18:15 in Oriya 15 ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।
Job 21:20 in Oriya 20 ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।
Psalm 11:6 in Oriya 6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
Psalm 37:34 in Oriya 34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
Psalm 52:6 in Oriya 6 ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
Psalm 60:3 in Oriya 3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
Psalm 73:10 in Oriya 10 ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।
Psalm 75:8 in Oriya 8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
Psalm 91:8 in Oriya 8 ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।
Isaiah 29:9 in Oriya 9 ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
Isaiah 30:33 in Oriya 33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
Isaiah 34:9 in Oriya 9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Isaiah 51:21 in Oriya 21 ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
Jeremiah 25:15 in Oriya 15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Jeremiah 25:27 in Oriya 27 ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।'
Jeremiah 49:12 in Oriya 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।”
Jeremiah 51:57 in Oriya 57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
Lamentations 4:21 in Oriya 21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
Ezekiel 20:48 in Oriya 48 ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ।”
Habakkuk 2:16 in Oriya 16 ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।
Matthew 13:41 in Oriya 41 ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
Matthew 13:49 in Oriya 49 ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
Matthew 20:22 in Oriya 22 କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ?
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Matthew 26:39 in Oriya 39 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଖଃର ପାତ୍ର ମୋ'ଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Jude 1:7 in Oriya 7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।
Revelation 9:17 in Oriya 17 ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୁମ ଓ ଗନ୍ଧକ ନିର୍ଗତ ହେଉଥିଲା।
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
Revelation 18:3 in Oriya 3 କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।
Revelation 18:6 in Oriya 6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।