Revelation 14:11 in Oriya 11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।
Other Translations King James Version (KJV) And the smoke of their torment ascendeth up for ever and ever: and they have no rest day nor night, who worship the beast and his image, and whosoever receiveth the mark of his name.
American Standard Version (ASV) and the smoke of their torment goeth up for ever and ever; and they have no rest day and night, they that worship the beast and his image, and whoso receiveth the mark of his name.
Bible in Basic English (BBE) And the smoke of their pain goes up for ever and ever; and they have no rest day and night, who give worship to the beast and his image, and have on them the mark of his name.
Darby English Bible (DBY) And the smoke of their torment goes up to ages of ages, and they have no respite day and night who do homage to the beast and to its image, and if any one receive the mark of its name.
World English Bible (WEB) The smoke of their torment goes up forever and ever. They have no rest day and night, those who worship the beast and his image, and whoever receives the mark of his name.
Young's Literal Translation (YLT) and the smoke of their torment doth go up to ages of ages; and they have no rest day and night, who are bowing before the beast and his image, also if any doth receive the mark of his name.
Cross Reference Genesis 19:28 in Oriya 28 ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟୀର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।
Exodus 15:18 in Oriya 18 ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତ କାଳ ରାଜତ୍ୱ କରିବେ।
Deuteronomy 28:65 in Oriya 65 ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
Psalm 10:16 in Oriya 16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।
Psalm 145:1 in Oriya 1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
Isaiah 33:14 in Oriya 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
Isaiah 34:10 in Oriya 10 ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।
Isaiah 57:20 in Oriya 20 ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।
Joel 2:30 in Oriya 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
Matthew 11:28 in Oriya 28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Matthew 25:46 in Oriya 46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Luke 16:23 in Oriya 23 ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ।
Hebrews 1:8 in Oriya 8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”
Revelation 4:8 in Oriya 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର।
Revelation 5:13 in Oriya 13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।
Revelation 7:12 in Oriya 12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 13:12 in Oriya 12 ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।
Revelation 14:9 in Oriya 9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
Revelation 18:18 in Oriya 18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ ?
Revelation 19:3 in Oriya 3 ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।
Revelation 22:5 in Oriya 5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।