Revelation 14:13 in Oriya 13 ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।
Other Translations King James Version (KJV) And I heard a voice from heaven saying unto me, Write, Blessed are the dead which die in the Lord from henceforth: Yea, saith the Spirit, that they may rest from their labours; and their works do follow them.
American Standard Version (ASV) And I heard the voice from heaven saying, Write, Blessed are the dead who die in the Lord from henceforth: yea, saith the Spirit, that they may rest from their labors; for their works follow with them.
Bible in Basic English (BBE) And a voice from heaven came to my ears, saying, Put in writing, There is a blessing on the dead who from now on come to their end in the Lord: yes, says the Spirit, that they may have rest from their troubles; for their works go with them.
Darby English Bible (DBY) And I heard a voice out of the heaven saying, Write, Blessed the dead who die in [the] Lord from henceforth. Yea, saith the Spirit, that they may rest from their labours; for their works follow with them.
World English Bible (WEB) I heard the voice from heaven saying, "Write, 'Blessed are the dead who die in the Lord from now on.'" "Yes," says the Spirit, "that they may rest from their labors; for their works follow with them."
Young's Literal Translation (YLT) And I heard a voice out of the heaven saying to me, `Write: Happy are the dead who in the Lord are dying from this time!' `Yes, (saith the Spirit,) That they may rest from their labours -- and their works do follow them!'
Cross Reference Job 3:17 in Oriya 17 ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେହି ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ।
Psalm 19:11 in Oriya 11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
Psalm 85:13 in Oriya 13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
Ecclesiastes 4:1 in Oriya 1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
Isaiah 35:10 in Oriya 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।
Isaiah 57:1 in Oriya 1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
Matthew 3:17 in Oriya 17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”
Matthew 25:35 in Oriya 35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
Luke 16:9 in Oriya 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।
Luke 16:25 in Oriya 25 କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।
Romans 14:8 in Oriya 8 ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।
1 Corinthians 15:18 in Oriya 18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।
1 Corinthians 15:58 in Oriya 58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
2 Corinthians 5:8 in Oriya 8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।
Galatians 6:7 in Oriya 7 ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
Philippians 1:21 in Oriya 21 କାରଣ ମୋ' ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
1 Thessalonians 4:14 in Oriya 14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ୍।
1 Thessalonians 4:16 in Oriya 16 କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଇଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
1 Thessalonians 5:10 in Oriya 10 ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ।
2 Thessalonians 1:6 in Oriya 6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
2 Timothy 4:7 in Oriya 7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
Hebrews 4:9 in Oriya 9 ଅତଏବ ଇଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।
Hebrews 6:10 in Oriya 10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
Revelation 1:11 in Oriya 11 ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।
Revelation 2:1 in Oriya 1 ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
Revelation 6:11 in Oriya 11 ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆ ଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭାତ୍ରୁଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 10:4 in Oriya 4 ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 16:17 in Oriya 17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା।
Revelation 19:9 in Oriya 9 ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହି ସବୁ ଇଶ୍ବରଙ୍କ ସତ୍ୟ ବାକ୍ୟ।
Revelation 20:6 in Oriya 6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଇଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
Revelation 21:5 in Oriya 5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।