Revelation 14:4 in Oriya 4 ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;
Other Translations King James Version (KJV) These are they which were not defiled with women; for they are virgins. These are they which follow the Lamb whithersoever he goeth. These were redeemed from among men, being the firstfruits unto God and to the Lamb.
American Standard Version (ASV) These are they that were not defiled with women; for they are virgins. These `are' they that follow the Lamb whithersoever he goeth. These were purchased from among men, `to be' the firstfruits unto God and unto the Lamb.
Bible in Basic English (BBE) These are they who have not made themselves unclean with women; for they are virgins. These are they who go after the Lamb wherever he goes. These were taken from among men to be the first fruits to God and to the Lamb.
Darby English Bible (DBY) These are they who have not been defiled with women, for they are virgins: these are they who follow the Lamb wheresoever it goes. These have been bought from men [as] first-fruits to God and to the Lamb:
World English Bible (WEB) These are those who were not defiled with women, for they are virgins. These are those who follow the Lamb wherever he goes. These were redeemed by Jesus from among men, the first fruits to God and to the Lamb.
Young's Literal Translation (YLT) these are they who with women were not defiled, for they are virgin; these are they who are following the Lamb whithersoever he may go; these were bought from among men -- a first-fruit to God and to the Lamb --
Cross Reference Psalm 45:14 in Oriya 14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
Psalm 74:2 in Oriya 2 ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
Song of Solomon 1:3 in Oriya 3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
Song of Solomon 6:8 in Oriya 8 ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।
Jeremiah 2:3 in Oriya 3 ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।
Amos 6:1 in Oriya 1 ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର !
Matthew 8:19 in Oriya 19 ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
Matthew 25:1 in Oriya 1 ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।
Luke 9:57 in Oriya 57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।
John 8:12 in Oriya 12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
John 12:26 in Oriya 26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।
John 13:37 in Oriya 37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
1 Corinthians 6:20 in Oriya 20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଇଶ୍ବରଙ୍କ ଗୌରବ ପ୍ରକାଶ କର।
1 Corinthians 7:25 in Oriya 25 କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି।
1 Corinthians 7:28 in Oriya 28 କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା।
1 Corinthians 16:15 in Oriya 15 ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;
2 Corinthians 11:2 in Oriya 2 କାରଣ ଇଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି।
Ephesians 1:14 in Oriya 14 ଇଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
1 Timothy 4:3 in Oriya 3 ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ୱର ଏସବୁ ତ ସୃଷ୍ଟି କରିଅଛନ୍ତି।
James 1:18 in Oriya 18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 3:4 in Oriya 4 ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 7:15 in Oriya 15 ସେଥିପାଇଁ ସେମାନେ ଇଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି, ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟସ୍ୱରୂପ ହେବେ।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।