Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Other Translations King James Version (KJV) And they sing the song of Moses the servant of God, and the song of the Lamb, saying, Great and marvellous are thy works, Lord God Almighty; just and true are thy ways, thou King of saints.
American Standard Version (ASV) And they sing the song of Moses the servant of God, and the song of the Lamb, saying, Great and marvellous are thy works, O Lord God, the Almighty; righteous and true are thy ways, thou King of the ages.
Bible in Basic English (BBE) And they give the song of Moses, the servant of God, and the song of the Lamb, saying, Great and full of wonder are your works, O Lord God, Ruler of all; true and full of righteousness are your ways, eternal King.
Darby English Bible (DBY) And they sing the song of Moses bondman of God, and the song of the Lamb, saying, Great and wonderful [are] thy works, Lord God Almighty; righteous and true [are] thy ways, O King of nations.
World English Bible (WEB) They sang the song of Moses, the servant of God, and the song of the Lamb, saying, "Great and marvelous are your works, Lord God, the Almighty; Righteous and true are your ways, you King of the nations.
Young's Literal Translation (YLT) and they sing the song of Moses, servant of God, and the song of the Lamb, saying, `Great and wonderful `are' Thy works, O Lord God, the Almighty, righteous and true `are' Thy ways, O King of saints,
Cross Reference Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Exodus 15:1 in Oriya 1 ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
Deuteronomy 31:30 in Oriya 30 ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା:-
Deuteronomy 34:5 in Oriya 5 ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।
1 Chronicles 6:49 in Oriya 49 ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।
2 Chronicles 24:6 in Oriya 6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ ?
Nehemiah 9:14 in Oriya 14 ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;
Job 5:9 in Oriya 9 ସେ ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟ କର୍ମ କରନ୍ତି;
Psalm 78:12 in Oriya 12 ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।
Psalm 85:10 in Oriya 10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
Psalm 99:4 in Oriya 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
Psalm 100:5 in Oriya 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
Psalm 105:5 in Oriya 5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
Psalm 111:2 in Oriya 2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।
Psalm 118:22 in Oriya 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
Psalm 139:14 in Oriya 14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋ' ପ୍ରାଣ ଭଲ ରୂପେ ଜାଣେ।
Psalm 145:6 in Oriya 6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।
Psalm 145:17 in Oriya 17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 32:1 in Oriya 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Isaiah 33:22 in Oriya 22 କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Daniel 4:2 in Oriya 2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ୍ ବୋଧ ହେଲା।
Daniel 6:20 in Oriya 20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ?
Daniel 9:11 in Oriya 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Micah 7:20 in Oriya 20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପିତୃପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
Zephaniah 3:5 in Oriya 5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
John 1:17 in Oriya 17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
Hebrews 3:5 in Oriya 5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।
Revelation 4:8 in Oriya 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 7:10 in Oriya 10 ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ୱରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ।
Revelation 11:17 in Oriya 17 ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।
Revelation 14:3 in Oriya 3 ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।
Revelation 14:8 in Oriya 8 ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।
Revelation 16:5 in Oriya 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:2 in Oriya 2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।