Revelation 16:10 in Oriya 10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;
Other Translations King James Version (KJV) And the fifth angel poured out his vial upon the seat of the beast; and his kingdom was full of darkness; and they gnawed their tongues for pain,
American Standard Version (ASV) And the fifth poured out his bowl upon the throne of the beast; and his kingdom was darkened; and they gnawed their tongues for pain,
Bible in Basic English (BBE) And the fifth let what was in his vessel come out on the high seat of the beast; and his kingdom was made dark; and they were biting their tongues for pain.
Darby English Bible (DBY) And the fifth poured out his bowl on the throne of the beast; and its kingdom became darkened; and they gnawed their tongues with distress,
World English Bible (WEB) The fifth poured out his bowl on the throne of the beast, and his kingdom was darkened. They gnawed their tongues because of the pain,
Young's Literal Translation (YLT) And the fifth messenger did pour out his vial upon the throne of the beast, and his kingdom did become darkened, and they were gnawing their tongues from the pain,
Cross Reference Exodus 10:21 in Oriya 21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”
Psalm 78:49 in Oriya 49 ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
Isaiah 8:21 in Oriya 21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
Matthew 8:12 in Oriya 12 ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Matthew 13:42 in Oriya 42 ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
Matthew 13:50 in Oriya 50 ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
Matthew 22:13 in Oriya 13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Matthew 24:51 in Oriya 51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Luke 13:28 in Oriya 28 ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଇଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
1 Peter 2:17 in Oriya 17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।
Revelation 9:2 in Oriya 2 ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଛନ୍ନ ହେଲା।
Revelation 11:2 in Oriya 2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।
Revelation 11:8 in Oriya 8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା।
Revelation 11:10 in Oriya 10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।
Revelation 13:2 in Oriya 2 ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା।
Revelation 17:9 in Oriya 9 ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ। ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;
Revelation 17:17 in Oriya 17 କାରଣ ଇଶ୍ବରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ସେମାନଙ୍କ ମନରେ ସୂଚାଇ ଦେଲେ।
Revelation 18:2 in Oriya 2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।
Revelation 18:11 in Oriya 11 ଆଉ ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟଦ୍ରବ୍ୟ ଆଉ କ୍ରୟ କରିବ ନାହିଁ ଯଥା,
Revelation 18:21 in Oriya 21 ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ୍ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।
Revelation 18:23 in Oriya 23 ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,