Revelation 16:9 in Oriya 9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ।
Other Translations King James Version (KJV) And men were scorched with great heat, and blasphemed the name of God, which hath power over these plagues: and they repented not to give him glory.
American Standard Version (ASV) And men were scorched men with great heat: and they blasphemed the name of God who hath the power over these plagues; and they repented not to give him glory.
Bible in Basic English (BBE) And men were burned with great heat: and they said evil things against the name of the God who has authority over these punishments; and they were not turned from their evil ways to give him glory.
Darby English Bible (DBY) And the men were burnt with great heat, and blasphemed the name of God, who had authority over these plagues, and did not repent to give him glory.
World English Bible (WEB) People were scorched with great heat, and people blasphemed the name of God who has the power over these plagues. They didn't repent and give him glory.
Young's Literal Translation (YLT) and men were scorched with great heat, and they did speak evil of the name of God, who hath authority over these plagues, and they did not reform -- to give to Him glory.
Cross Reference Joshua 7:19 in Oriya 19 ତେବେ ଯିହୋଶୂୟ ଆଖନ୍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ।
2 Kings 6:33 in Oriya 33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି ?”
2 Chronicles 28:22 in Oriya 22 ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟଲଙ୍ଘନ କଲେ।
Isaiah 1:5 in Oriya 5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
Isaiah 8:21 in Oriya 21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
Jeremiah 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ'ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Jeremiah 6:29 in Oriya 29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।
Jeremiah 13:6 in Oriya 6 ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
Ezekiel 24:13 in Oriya 13 ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।
Daniel 5:22 in Oriya 22 ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
Amos 4:6 in Oriya 6 “ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Luke 13:3 in Oriya 3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
Luke 13:5 in Oriya 5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।
2 Corinthians 12:21 in Oriya 21 କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ।
Revelation 2:21 in Oriya 21 ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।
Revelation 9:20 in Oriya 20 ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Revelation 11:13 in Oriya 13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଇଶ୍ବରଙ୍କ ମହିମା କୀର୍ତ୍ତନ କଲେ।
Revelation 14:7 in Oriya 7 ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।
Revelation 16:10 in Oriya 10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;
Revelation 16:21 in Oriya 21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।