Revelation 17:17 in Oriya 17 କାରଣ ଇଶ୍ବରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ସେମାନଙ୍କ ମନରେ ସୂଚାଇ ଦେଲେ।
Other Translations King James Version (KJV) For God hath put in their hearts to fulfil his will, and to agree, and give their kingdom unto the beast, until the words of God shall be fulfilled.
American Standard Version (ASV) For God did put in their hearts to do his mind, and to come to one mind, and to give their kingdom unto the beast, until the words of God should be accomplished.
Bible in Basic English (BBE) Because God has put it in their hearts to do his purpose, and to be of one mind, giving their kingdom to the beast, till the words of God have effect and are complete.
Darby English Bible (DBY) for God has given to their hearts to do his mind, and to act with one mind, and to give their kingdom to the beast until the words of God shall be fulfilled.
World English Bible (WEB) For God has put in their hearts to do what he has in mind, and to be of one mind, and to give their kingdom to the beast, until the words of God should be accomplished.
Young's Literal Translation (YLT) for God did give into their hearts to do its mind, and to make one mind, and to give their kingdom to the beast till the sayings of God may be complete,
Cross Reference Ezra 7:27 in Oriya 27 ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,
Psalm 105:25 in Oriya 25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ।
Proverbs 19:21 in Oriya 21 ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
Proverbs 21:1 in Oriya 1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Jeremiah 27:6 in Oriya 6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
Jeremiah 32:40 in Oriya 40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
Ezekiel 38:16 in Oriya 16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
Daniel 12:7 in Oriya 7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।
Luke 22:3 in Oriya 3 ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା;
Luke 22:22 in Oriya 22 କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର !
Luke 22:37 in Oriya 37 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ତାହା ମୋଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ, ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି।
John 10:35 in Oriya 35 ଯେଉଁମାନଙ୍କ ନିକଟରେ ଇଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),
John 12:39 in Oriya 39 ଏହି କାରଣରୁ ସେମାନେ ବିଶ୍ୱାସ କରି ପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
John 13:2 in Oriya 2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
John 13:18 in Oriya 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।
John 19:24 in Oriya 24 ତେଣୁ ସେମାନେ ପରସ୍ପର କହିଲେ, ଏହାକୁ ଚିରିବା ନାହିଁ, କିନ୍ତୁ ଏହା କାହାର ହେବ, ସେଥିପାଇଁ ଗୁଲିବାଣ୍ଟ କରିବା, ଯେପରି ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହୁଏ, ସେମାନେ ଆପଣା ଆପଣା ମଧ୍ୟରେ ମୋହର ବସ୍ତ୍ର ଭାଗ କଲେ, ପୁଣି, ମୋହର ଅଙ୍ଗରଖା ନିମନ୍ତେ ଗୁଲିବାଣ୍ଟ କଲେ। ତେଣୁ ସୈନ୍ୟମାନେ ଏହାସବୁ କଲେ।
John 19:28 in Oriya 28 ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି।
Acts 4:27 in Oriya 27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
2 Corinthians 8:16 in Oriya 16 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;
2 Thessalonians 2:10 in Oriya 10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି।
James 1:13 in Oriya 13 କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଇଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ୱର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
Revelation 6:11 in Oriya 11 ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆ ଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭାତ୍ରୁଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।
Revelation 10:7 in Oriya 7 ମାତ୍ର ଇଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଇଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।
Revelation 15:1 in Oriya 1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଇଶ୍ବରଙ୍କ କ୍ରୋଧ ସମାପ୍ତ।
Revelation 17:13 in Oriya 13 ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।