Revelation 18:2 in Oriya 2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।
Other Translations King James Version (KJV) And he cried mightily with a strong voice, saying, Babylon the great is fallen, is fallen, and is become the habitation of devils, and the hold of every foul spirit, and a cage of every unclean and hateful bird.
American Standard Version (ASV) And he cried with a mighty voice, saying, Fallen, fallen is Babylon the great, and is become a habitation of demons, and a hold of every unclean spirit, and a hold of every unclean and hateful bird.
Bible in Basic English (BBE) And he gave a loud cry, saying, Babylon the great has come down from her high place, she has come to destruction and has become a place of evil spirits, and of every unclean spirit, and a hole for every unclean and hated bird.
Darby English Bible (DBY) And he cried with a strong voice, saying, Great Babylon has fallen, has fallen, and has become the habitation of demons, and a hold of every unclean spirit, and a hold of every unclean and hated bird;
World English Bible (WEB) He cried with a mighty voice, saying, "Fallen, fallen is Babylon the great, and she has become a habitation of demons, a prison of every unclean spirit, and a prison of every unclean and hateful bird!
Young's Literal Translation (YLT) and he did cry in might -- a great voice, saying, `Fall, fall did Babylon the great, and she became a habitation of demons, and a hold of every unclean spirit, and a hold of every unclean and hateful bird,
Cross Reference Leviticus 11:13 in Oriya 13 ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
Isaiah 13:19 in Oriya 19 ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
Isaiah 14:23 in Oriya 23 ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”
Isaiah 21:8 in Oriya 8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”
Isaiah 34:11 in Oriya 11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରାକାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।
Jeremiah 25:30 in Oriya 30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, “ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
Jeremiah 50:39 in Oriya 39 ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟ ପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।”
Jeremiah 51:8 in Oriya 8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
Jeremiah 51:37 in Oriya 37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।
Jeremiah 51:60 in Oriya 60 ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ପୁସ୍ତକରେ ଲେଖିଲେ।
Joel 3:16 in Oriya 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
Zephaniah 2:14 in Oriya 14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।
Mark 5:3 in Oriya 3 ସେ ସମାଧି ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,
Luke 8:27 in Oriya 27 ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା।
Revelation 1:15 in Oriya 15 ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।
Revelation 5:2 in Oriya 2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ?
Revelation 10:3 in Oriya 3 ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।
Revelation 14:8 in Oriya 8 ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ୍ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।
Revelation 14:15 in Oriya 15 ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି।
Revelation 16:13 in Oriya 13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
Revelation 17:5 in Oriya 5 ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।
Revelation 17:18 in Oriya 18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।
Revelation 18:10 in Oriya 10 ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ୍, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।
Revelation 18:21 in Oriya 21 ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ୍ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।