Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
Other Translations King James Version (KJV) And I saw heaven opened, and behold a white horse; and he that sat upon him was called Faithful and True, and in righteousness he doth judge and make war.
American Standard Version (ASV) And I saw the heaven opened; and behold, a white horse, and he that sat thereon called Faithful and True; and in righteous he doth judge and make war.
Bible in Basic English (BBE) And the heaven was open; and I saw a white horse, and he who was seated on it was named Certain and True; and he is judging and making war in righteousness.
Darby English Bible (DBY) And I saw the heaven opened, and behold, a white horse, and one sitting on it, [called] Faithful and True, and he judges and makes war in righteousness.
World English Bible (WEB) I saw the heaven opened, and behold, a white horse, and he who sat on it is called Faithful and True. In righteousness he judges and makes war.
Young's Literal Translation (YLT) And I saw the heaven having been opened, and lo, a white horse, and he who is sitting upon it is called Faithful and True, and in righteousness doth he judge and war,
Cross Reference Psalm 45:3 in Oriya 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।
Psalm 50:6 in Oriya 6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
Psalm 72:2 in Oriya 2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
Psalm 96:13 in Oriya 13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
Psalm 98:9 in Oriya 9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
Psalm 99:4 in Oriya 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
Isaiah 11:3 in Oriya 3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
Isaiah 32:1 in Oriya 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Isaiah 63:1 in Oriya 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 33:15 in Oriya 15 ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।
Ezekiel 1:1 in Oriya 1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
Zechariah 1:8 in Oriya 8 ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Hebrews 7:1 in Oriya 1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଇଶ୍ବରଙ୍କ ଯାଜକ ଥିଲେ। ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Revelation 4:1 in Oriya 1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ।
Revelation 6:2 in Oriya 2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।