Revelation 19:9 in Oriya 9 ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହି ସବୁ ଇଶ୍ବରଙ୍କ ସତ୍ୟ ବାକ୍ୟ।
Other Translations King James Version (KJV) And he saith unto me, Write, Blessed are they which are called unto the marriage supper of the Lamb. And he saith unto me, These are the true sayings of God.
American Standard Version (ASV) And he saith unto me, Write, Blessed are they that are bidden to the marriage supper of the Lamb. And he saith unto me, These are true words of God.
Bible in Basic English (BBE) And he said to me, Put in the book, Happy are the guests at the bride-feast of the Lamb. And he said to me, These are the true words of God.
Darby English Bible (DBY) And he says to me, Write, Blessed [are] they who are called to the supper of the marriage of the Lamb. And he says to me, These are the true words of God.
World English Bible (WEB) He said to me, "Write, 'Blessed are those who are invited to the marriage supper of the Lamb.'" He said to me, "These are true words of God."
Young's Literal Translation (YLT) And he saith to me, `Write: Happy `are' they who to the supper of the marriage of the Lamb have been called;' and he saith to me, `These `are' the true words of God;'
Cross Reference Isaiah 8:1 in Oriya 1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)
Habakkuk 2:2 in Oriya 2 ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।
Matthew 22:2 in Oriya 2 ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,
Luke 14:15 in Oriya 15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଇଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।
1 Timothy 1:15 in Oriya 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
1 Timothy 4:9 in Oriya 9 ଏହି ବାକ୍ୟ ବିଶ୍ୱାସ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;
2 Timothy 2:11 in Oriya 11 ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
Titus 3:8 in Oriya 8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।
Revelation 1:19 in Oriya 19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର।
Revelation 2:1 in Oriya 1 ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
Revelation 2:8 in Oriya 8 ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
Revelation 2:12 in Oriya 12 ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି,
Revelation 2:18 in Oriya 18 ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଇଶ୍ବରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,
Revelation 3:1 in Oriya 1 ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଇଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Revelation 3:20 in Oriya 20 ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
Revelation 10:4 in Oriya 4 ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ।
Revelation 14:13 in Oriya 13 ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।
Revelation 19:7 in Oriya 7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।
Revelation 21:5 in Oriya 5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
Revelation 22:6 in Oriya 6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହି ସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ୱର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି।