Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Other Translations King James Version (KJV) But I have a few things against thee, because thou hast there them that hold the doctrine of Balaam, who taught Balac to cast a stumblingblock before the children of Israel, to eat things sacrificed unto idols, and to commit fornication.
American Standard Version (ASV) But I have a few things against thee, because thou hast there some that hold the teaching of Balaam, who taught Balak to cast a stumblingblock before the children of Israel, to eat things sacrificed to idols, and to commit fornication.
Bible in Basic English (BBE) But I have some things against you, because you have with you those who keep the teaching of Balaam, by whose suggestion Balak made the children of Israel go out of the right way, taking food which was offered to false gods, and going after the desires of the flesh.
Darby English Bible (DBY) But I have a few things against thee: that thou hast there those who hold the doctrine of Balaam, who taught Balak to cast a snare before the sons of Israel, to eat [of] idol sacrifices and commit fornication.
World English Bible (WEB) But I have a few things against you, because you have there some who hold the teaching of Balaam, who taught Balak to throw a stumbling block before the children of Israel, to eat things sacrificed to idols, and to commit sexual immorality.
Young's Literal Translation (YLT) `But I have against thee a few things: That thou hast there those holding the teaching of Balaam, who did teach Balak to cast a stumbling-block before the sons of Israel, to eat idol-sacrifices, and to commit whoredom;
Cross Reference Numbers 24:14 in Oriya 14 ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।
Numbers 25:1 in Oriya 1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
Numbers 31:8 in Oriya 8 ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି, ରେକମ୍, ସୂର, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଗରେ ବଧ କଲେ।
Numbers 31:16 in Oriya 16 ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
Joshua 24:9 in Oriya 9 ତେବେ ମୋୟାବ-ରାଜା ସିପ୍ପୋର୍ର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମକୁ ଡକାଇଲା।
Isaiah 57:14 in Oriya 14 ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”
Jeremiah 6:21 in Oriya 21 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।”
Ezekiel 3:20 in Oriya 20 ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Ezekiel 44:12 in Oriya 12 କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ ବଂଶର ଅଧର୍ମଜନକ ବିଘ୍ନ ସ୍ୱରୂପ ହେଲେ। ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହନ କରିବେ।
Matthew 18:7 in Oriya 7 ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।
Acts 15:20 in Oriya 20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।
Acts 15:29 in Oriya 29 ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
Acts 21:25 in Oriya 25 କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ୍, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ।
Romans 9:32 in Oriya 32 କାହିଁକି ? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
Romans 11:9 in Oriya 9 ପୁଣି, ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧସ୍ୱରୂପ ହେଉ।'
Romans 14:13 in Oriya 13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
Romans 14:21 in Oriya 21 ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।
1 Corinthians 1:23 in Oriya 23 କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
1 Corinthians 6:13 in Oriya 13 ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
1 Corinthians 7:2 in Oriya 2 କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
1 Corinthians 8:4 in Oriya 4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ।
1 Corinthians 10:18 in Oriya 18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି ?
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
1 Peter 2:8 in Oriya 8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।
2 Peter 2:15 in Oriya 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Revelation 2:4 in Oriya 4 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।