Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
Other Translations King James Version (KJV) And I will kill her children with death; and all the churches shall know that I am he which searcheth the reins and hearts: and I will give unto every one of you according to your works.
American Standard Version (ASV) And I will kill her children with death; and all the churches shall know that I am he that searcheth the reins and hearts: and I will give unto each one of you according to your works.
Bible in Basic English (BBE) And I will put her children to death; and all the churches will see that I am he who makes search into the secret thoughts and hearts of men: and I will give to every one of you the reward of your works.
Darby English Bible (DBY) and her children will I kill with death; and all the assemblies shall know that *I* am he that searches [the] reins and [the] hearts; and I will give to you each according to your works.
World English Bible (WEB) I will kill her children with Death, and all the assemblies will know that I am he who searches the minds and hearts. I will give to each one of you according to your deeds.
Young's Literal Translation (YLT) and her children I will kill in death, and know shall all the assemblies that I am he who is searching reins and hearts; and I will give to you -- to each -- according to your works.
Cross Reference Deuteronomy 13:11 in Oriya 11 ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।
Deuteronomy 17:13 in Oriya 13 ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।
Deuteronomy 19:20 in Oriya 20 ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।
Deuteronomy 21:21 in Oriya 21 ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।
1 Samuel 16:7 in Oriya 7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
2 Chronicles 6:30 in Oriya 30 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।
Psalm 7:9 in Oriya 9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
Psalm 26:2 in Oriya 2 ହେ ସଦାପ୍ରଭୁ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
Psalm 44:21 in Oriya 21 ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
Psalm 62:12 in Oriya 12 ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
Isaiah 3:10 in Oriya 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Jeremiah 11:20 in Oriya 20 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
Jeremiah 17:10 in Oriya 10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
Jeremiah 20:12 in Oriya 12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
Zephaniah 1:11 in Oriya 11 ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
John 2:24 in Oriya 24 କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Acts 1:24 in Oriya 24 “ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Romans 8:27 in Oriya 27 ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କ'ଣ, ତାହା ଜାଣନ୍ତି, କାରଣ ସେ ଇଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
Romans 14:12 in Oriya 12 ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଇଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
2 Corinthians 5:10 in Oriya 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
Galatians 6:5 in Oriya 5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।
Hebrews 4:13 in Oriya 13 ଇଶ୍ବରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
Revelation 2:7 in Oriya 7 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଇଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।
Revelation 2:11 in Oriya 11 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।
Revelation 6:8 in Oriya 8 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।