Revelation 2:5 in Oriya 5 ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।
Other Translations King James Version (KJV) Remember therefore from whence thou art fallen, and repent, and do the first works; or else I will come unto thee quickly, and will remove thy candlestick out of his place, except thou repent.
American Standard Version (ASV) Remember therefore whence thou art fallen, and repent and do the first works; or else I come to thee, and will move thy candlestick out of its place, except thou repent.
Bible in Basic English (BBE) So keep in mind where you were at first, and be changed in heart and do the first works; or I will come to you, and will take away your light from its place, if your hearts are not changed.
Darby English Bible (DBY) Remember therefore whence thou art fallen, and repent, and do the first works: but if not, I am coming to thee, and I will remove thy lamp out of its place, except thou shalt repent.
World English Bible (WEB) Remember therefore from where you have fallen, and repent and do the first works; or else I am coming to you swiftly, and will move your lampstand out of its place, unless you repent.
Young's Literal Translation (YLT) remember, then, whence thou hast fallen, and reform, and the first works do; and if not, I come to thee quickly, and will remove thy lamp-stand from its place -- if thou mayest not reform;
Cross Reference Isaiah 1:26 in Oriya 26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ଵସ୍ତ ନଗରୀ ବୋଲି ବିଖ୍ୟାତ ହେବ।
Isaiah 14:12 in Oriya 12 ହେ ଲୁଶିଫର ! ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Ezekiel 16:61 in Oriya 61 ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।
Ezekiel 20:43 in Oriya 43 ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
Ezekiel 36:31 in Oriya 31 ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
Hosea 9:10 in Oriya 10 ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ୱିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ୱିରି ଫଳ ସଦୃଶ୍ୟ ତୁମ୍ଭର ପିତୃପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପୀୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
Hosea 14:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Malachi 3:4 in Oriya 4 ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।
Malachi 4:6 in Oriya 6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।
Matthew 21:41 in Oriya 41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
Matthew 24:48 in Oriya 48 କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି
Mark 12:9 in Oriya 9 ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କ'ଣ କରିବେ ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ।
Luke 1:17 in Oriya 17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।
Luke 12:45 in Oriya 45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
Luke 20:16 in Oriya 16 ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Galatians 5:4 in Oriya 4 ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ।
Hebrews 10:32 in Oriya 32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
2 Peter 1:12 in Oriya 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Revelation 1:20 in Oriya 20 ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ (ପାଳକ/ପ୍ରାଚୀନ) ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।
Revelation 2:2 in Oriya 2 ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,
Revelation 2:16 in Oriya 16 ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।
Revelation 2:19 in Oriya 19 ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ।
Revelation 2:21 in Oriya 21 ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।
Revelation 3:2 in Oriya 2 ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଇଶ୍ବରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ।
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।
Revelation 9:20 in Oriya 20 ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Revelation 16:9 in Oriya 9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ।