Revelation 2:9 in Oriya 9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
Other Translations King James Version (KJV) I know thy works, and tribulation, and poverty, (but thou art rich) and I know the blasphemy of them which say they are Jews, and are not, but are the synagogue of Satan.
American Standard Version (ASV) I know thy tribulation, and thy poverty (but thou art rich), and the blasphemy of them that say they are Jews, and they art not, but are a synagogue of Satan.
Bible in Basic English (BBE) I have knowledge of your troubles and how poor you are (but you have true wealth), and the evil words of those who say they are Jews, and are not, but are a Synagogue of Satan.
Darby English Bible (DBY) I know thy tribulation and thy poverty; but thou art rich; and the railing of those who say that they themselves are Jews, and are not, but a synagogue of Satan.
World English Bible (WEB) "I know your works, oppression, and your poverty (but you are rich), and the blasphemy of those who say they are Jews, and they are not, but are a synagogue of Satan.
Young's Literal Translation (YLT) I have known thy works, and tribulation, and poverty -- yet thou art rich -- and the evil-speaking of those saying themselves to be Jews, and are not, but `are' a synagogue of the Adversary.
Cross Reference Matthew 4:10 in Oriya 10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Luke 6:20 in Oriya 20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।
Luke 12:21 in Oriya 21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଇଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।
Luke 22:65 in Oriya 65 ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ '
John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Acts 26:11 in Oriya 11 ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।
Romans 2:17 in Oriya 17 କିନ୍ତୁ ଯଦି ତୁମ୍ଭେ ଯିହୂଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ୱରଙ୍କଠାରେ ଗର୍ବ କରୁଅଛ,
Romans 2:28 in Oriya 28 କାରଣ ବାହାରେ ଯେ ଯିହୂଦୀ, ସେ ଯିହୂଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;
Romans 5:3 in Oriya 3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
Romans 8:35 in Oriya 35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?
Romans 9:6 in Oriya 6 କିନ୍ତୁ ଇଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
Romans 12:12 in Oriya 12 ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
2 Corinthians 6:10 in Oriya 10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଇଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
2 Corinthians 8:2 in Oriya 2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।
2 Corinthians 8:9 in Oriya 9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
1 Thessalonians 3:4 in Oriya 4 ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୁର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ।
2 Thessalonians 1:6 in Oriya 6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
1 Timothy 1:13 in Oriya 13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
1 Timothy 6:18 in Oriya 18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
Revelation 2:2 in Oriya 2 ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,
Revelation 3:9 in Oriya 9 ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।