Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
Other Translations King James Version (KJV) And I saw a great white throne, and him that sat on it, from whose face the earth and the heaven fled away; and there was found no place for them.
American Standard Version (ASV) And I saw a great white throne, and him that sat upon it, from whose face the earth and the heaven fled away; and there was found no place for them.
Bible in Basic English (BBE) And I saw a great white seat, and him who was seated on it, before whose face the earth and the heaven went in flight; and there was no place for them.
Darby English Bible (DBY) And I saw a great white throne, and him that sat on it, from whose face the earth and the heaven fled, and place was not found for them.
World English Bible (WEB) I saw a great white throne, and him who sat on it, from whose face the earth and the heaven fled away. There was found no place for them.
Young's Literal Translation (YLT) And I saw a great white throne, and Him who is sitting upon it, from whose face the earth and the heaven did flee away, and place was not found for them;
Cross Reference Genesis 18:25 in Oriya 25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”
Job 9:6 in Oriya 6 ସେ ପୃଥିବୀକି ସ୍ୱସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।
Psalm 9:7 in Oriya 7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
Psalm 14:6 in Oriya 6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
Psalm 47:8 in Oriya 8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
Psalm 89:14 in Oriya 14 ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
Psalm 97:2 in Oriya 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
Jeremiah 4:23 in Oriya 23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
Daniel 2:35 in Oriya 35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
Matthew 25:31 in Oriya 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
2 Peter 3:7 in Oriya 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Revelation 4:2 in Oriya 2 ସେହିକ୍ଷଣି ମୁଁ ଆତ୍ମାରେ ପୁର୍ଣ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;
Revelation 6:14 in Oriya 14 ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ।
Revelation 12:8 in Oriya 8 କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।
Revelation 16:20 in Oriya 20 ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
Revelation 20:2 in Oriya 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
Revelation 21:1 in Oriya 1 ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।