Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Other Translations King James Version (KJV) And I heard a great voice out of heaven saying, Behold, the tabernacle of God is with men, and he will dwell with them, and they shall be his people, and God himself shall be with them, and be their God.
American Standard Version (ASV) And I heard a great voice out of the throne saying, Behold, the tabernacle of God is with men, and he shall dwell with them, and they shall be his peoples, and God himself shall be with them, `and be' their God:
Bible in Basic English (BBE) And there came to my ears a great voice out of the high seat, saying, See, the Tent of God is with men, and he will make his living-place with them, and they will be his people, and God himself will be with them, and be their God.
Darby English Bible (DBY) And I heard a loud voice out of the heaven, saying, Behold, the tabernacle of God [is] with men, and he shall tabernacle with them, and they shall be his people, and God himself shall be with them, their God.
World English Bible (WEB) I heard a loud voice out of heaven saying, "Behold, God's dwelling is with people, and he will dwell with them, and they will be his people, and God himself will be with them as their God.
Young's Literal Translation (YLT) and I heard a great voice out of the heaven, saying, `Lo, the tabernacle of God `is' with men, and He will tabernacle with them, and they shall be His peoples, and God Himself shall be with them -- their God,
Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Leviticus 26:11 in Oriya 11 ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
1 Kings 8:27 in Oriya 27 ମାତ୍ର, ପରମେଶ୍ୱର କ'ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ' ନିର୍ମିତ ଏହି ଗୃହ କ'ଣ ପାରିବ ?
2 Chronicles 6:18 in Oriya 18 ମାତ୍ର ପରମେଶ୍ୱର କ'ଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କ'ଣ ପାରିବ ?
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Jeremiah 32:38 in Oriya 38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
Ezekiel 37:27 in Oriya 27 ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
Ezekiel 43:7 in Oriya 7 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍, ସେମାନେ ଓ ସେମାନଙ୍କ ରାଜାଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜାଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ।
Zechariah 8:8 in Oriya 8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।'”
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 14:23 in Oriya 23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
2 Corinthians 6:18 in Oriya 18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।
Hebrews 8:10 in Oriya 10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,
Hebrews 11:16 in Oriya 16 କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ୱର ସେମାନଙ୍କ ଈଶ୍ୱର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
Revelation 7:15 in Oriya 15 ସେଥିପାଇଁ ସେମାନେ ଇଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି, ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟସ୍ୱରୂପ ହେବେ।
Revelation 10:8 in Oriya 8 ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।
Revelation 12:10 in Oriya 10 ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଇଶ୍ବରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଇଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।