Revelation 21:4 in Oriya 4 ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
Other Translations King James Version (KJV) And God shall wipe away all tears from their eyes; and there shall be no more death, neither sorrow, nor crying, neither shall there be any more pain: for the former things are passed away.
American Standard Version (ASV) and he shall wipe away every tear from their eyes; and death shall be no more; neither shall there be mourning, nor crying, nor pain, any more: the first things are passed away.
Bible in Basic English (BBE) And he will put an end to all their weeping; and there will be no more death, or sorrow, or crying, or pain; for the first things have come to an end.
Darby English Bible (DBY) And he shall wipe away every tear from their eyes; and death shall not exist any more, nor grief, nor cry, nor distress shall exist any more, for the former things have passed away.
World English Bible (WEB) He will wipe away from them every tear from their eyes. Death will be no more; neither will there be mourning, nor crying, nor pain, any more. The first things have passed away."
Young's Literal Translation (YLT) and God shall wipe away every tear from their eyes, and the death shall not be any more, nor sorrow, nor crying, nor shall there be any more pain, because the first things did go away.'
Cross Reference Psalm 144:4 in Oriya 4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
Isaiah 25:8 in Oriya 8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Isaiah 30:19 in Oriya 19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
Isaiah 35:10 in Oriya 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।
Isaiah 51:11 in Oriya 11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
Isaiah 60:20 in Oriya 20 ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Isaiah 65:18 in Oriya 18 ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।
Jeremiah 31:13 in Oriya 13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।
Hosea 13:14 in Oriya 14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
1 Corinthians 7:31 in Oriya 31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।
1 Corinthians 15:26 in Oriya 26 ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
1 Corinthians 15:54 in Oriya 54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,
2 Corinthians 6:17 in Oriya 17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
1 John 2:17 in Oriya 17 ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଇଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
Revelation 7:17 in Oriya 17 କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।
Revelation 20:14 in Oriya 14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।
Revelation 21:1 in Oriya 1 ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।
Revelation 22:3 in Oriya 3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।