Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Other Translations King James Version (KJV) And he said unto me, It is done. I am Alpha and Omega, the beginning and the end. I will give unto him that is athirst of the fountain of the water of life freely.
American Standard Version (ASV) And he said unto me, They are come to pass. I am the Alpha and the Omega, the beginning and the end. I will give unto him that is athirst of the fountain of the water of life freely.
Bible in Basic English (BBE) And he said to me, It is done. I am the First and the Last, the start and the end. I will freely give of the fountain of the water of life to him who is in need.
Darby English Bible (DBY) And he said to me, It is done. I am the Alpha and the Omega, the beginning and the end. I will give to him that thirsts of the fountain of the water of life freely.
World English Bible (WEB) He said to me, "It is done! I am the Alpha and the Omega, the Beginning and the End. I will give freely to him who is thirsty from the spring of the water of life.
Young's Literal Translation (YLT) and He said to me, `It hath been done! I am the Alpha and the Omega, the Beginning and the End; I, to him who is thirsting, will give of the fountain of the water of the life freely;
Cross Reference Psalm 36:9 in Oriya 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
Isaiah 12:3 in Oriya 3 ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Jeremiah 2:13 in Oriya 13 କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
Hosea 14:4 in Oriya 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Joel 3:18 in Oriya 18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 4:14 in Oriya 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
Romans 3:24 in Oriya 24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
Romans 8:32 in Oriya 32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?
1 Corinthians 2:12 in Oriya 12 ଯେପରି ଇଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଇଶ୍ବରଙ୍କ ଆତ୍ମା ପାଇଅଛୁ।
1 Corinthians 3:12 in Oriya 12 କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,
1 Corinthians 3:21 in Oriya 21 ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
1 John 5:4 in Oriya 4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
Revelation 1:8 in Oriya 8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ।
Revelation 1:11 in Oriya 11 ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।
Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Revelation 7:17 in Oriya 17 କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।
Revelation 10:6 in Oriya 6 ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;
Revelation 16:17 in Oriya 17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା।
Revelation 22:13 in Oriya 13 ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।