Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।
Other Translations King James Version (KJV) For without are dogs, and sorcerers, and whoremongers, and murderers, and idolaters, and whosoever loveth and maketh a lie.
American Standard Version (ASV) Without are the dogs, and the sorcerers, and the fornicators, and the murderers, and the idolaters, and every one that loveth and maketh a lie.
Bible in Basic English (BBE) Outside are the dogs, and those who make use of evil powers, those who make themselves unclean, and the takers of life, and those who give worship to images, and everyone whose delight is in what is false.
Darby English Bible (DBY) Without [are] the dogs, and the sorcerers, and the fornicators, and the murderers, and the idolaters, and every one that loves and makes a lie.
World English Bible (WEB) Outside are the dogs, the sorcerers, the sexually immoral, the murderers, the idolaters, and everyone who loves and practices falsehood.
Young's Literal Translation (YLT) and without `are' the dogs, and the sorcerers, and the whoremongers, and the murderers, and the idolaters, and every one who is loving and is doing a lie.
Cross Reference 1 Kings 22:8 in Oriya 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
1 Kings 22:21 in Oriya 21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।”
Isaiah 9:15 in Oriya 15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ,
Isaiah 47:9 in Oriya 9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
Isaiah 47:12 in Oriya 12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
Isaiah 57:3 in Oriya 3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 8:12 in Oriya 12 ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
John 3:18 in Oriya 18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଇଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
John 8:46 in Oriya 46 ମୋ'ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି ? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ ?
Acts 8:11 in Oriya 11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା।
Acts 13:6 in Oriya 6 ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Philippians 3:2 in Oriya 2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
Colossians 3:6 in Oriya 6 ଏହି ସବୁ ହେତୁରୁ ଇଶ୍ବରଙ୍କ କ୍ରୋଧ ବର୍ତ୍ତେ
2 Thessalonians 2:10 in Oriya 10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି।
Revelation 9:20 in Oriya 20 ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Revelation 17:1 in Oriya 1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
Revelation 18:23 in Oriya 23 ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।