Revelation 22:18 in Oriya 18 ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହି ସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ୱର ତାହା ପ୍ରତି ଘଟାଇବେ;
Other Translations King James Version (KJV) For I testify unto every man that heareth the words of the prophecy of this book, If any man shall add unto these things, God shall add unto him the plagues that are written in this book:
American Standard Version (ASV) I testify unto every man that heareth the words of the prophecy of this book, if any man shall add unto them, God shall add unto him the plagues which are written in this book:
Bible in Basic English (BBE) For I say to every man to whose ears have come the words of this prophet's book, If any man makes an addition to them, God will put on him the punishments which are in this book:
Darby English Bible (DBY) *I* testify to every one who hears the words of the prophecy of this book, If any one shall add to these things, God shall add to him the plagues which are written in this book.
World English Bible (WEB) I testify to everyone who hears the words of the prophecy of this book, if anyone adds to them, may God add to him the plagues which are written in this book.
Young's Literal Translation (YLT) `For I testify to every one hearing the words of the prophecy of this scroll, if any one may add unto these, God shall add to him the plagues that have been written in this scroll,
Cross Reference Leviticus 26:18 in Oriya 18 ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
Leviticus 26:24 in Oriya 24 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।
Leviticus 26:28 in Oriya 28 ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।
Leviticus 26:37 in Oriya 37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।
Deuteronomy 4:2 in Oriya 2 ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।
Deuteronomy 12:32 in Oriya 32 ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।
Proverbs 30:6 in Oriya 6 ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।
Matthew 15:6 in Oriya 6 ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ। ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଇଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
Matthew 15:13 in Oriya 13 କିନ୍ତୁ ଯୀଶୁ ଉତ୍ତର ଦେଲେ, ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି, ସେ ସବୁ ଉତ୍ପାଟିତ ହେବ।
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
1 Thessalonians 4:6 in Oriya 6 ପୁଣି, ଯେପରି କେହି ଏବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।
Revelation 1:3 in Oriya 3 ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ କାରଣ ସମୟ ସନ୍ନିକଟ।
Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Revelation 14:10 in Oriya 10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଇଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Revelation 15:1 in Oriya 1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଇଶ୍ବରଙ୍କ କ୍ରୋଧ ସମାପ୍ତ।
Revelation 15:6 in Oriya 6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।
Revelation 20:15 in Oriya 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।
Revelation 22:7 in Oriya 7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।
Revelation 22:16 in Oriya 16 ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।