Revelation 22:6 in Oriya 6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହି ସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ୱର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି।
Other Translations King James Version (KJV) And he said unto me, These sayings are faithful and true: and the Lord God of the holy prophets sent his angel to shew unto his servants the things which must shortly be done.
American Standard Version (ASV) And he said unto me, These words are faithful and true: and the Lord, the God of the spirits of the prophets, sent his angels to show unto his servants the things which must shortly come to pass.
Bible in Basic English (BBE) And he said to me, These words are certain and true: and the Lord, the God of the spirits of the prophets, sent his angel to make clear to his servants the things which are now to come about.
Darby English Bible (DBY) And he said to me, These words [are] faithful and true; and [the] Lord God of the spirits of the prophets has sent his angel to shew to his bondmen the things which must soon come to pass.
World English Bible (WEB) He said to me, "These words are faithful and true. The Lord God of the spirits of the prophets sent his angel to show to his bondservants the things which must happen soon."
Young's Literal Translation (YLT) And he said to me, `These words `are' stedfast and true, and the Lord God of the holy prophets did send His messenger to shew to His servants the things that it behoveth to come quickly:
Cross Reference Genesis 41:32 in Oriya 32 ଫାରୋ ଦୁଇଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।
Daniel 3:28 in Oriya 28 ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
Daniel 6:22 in Oriya 22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
Matthew 13:41 in Oriya 41 ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
Luke 1:70 in Oriya 70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,
Luke 16:16 in Oriya 16 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଇଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।
Acts 3:18 in Oriya 18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
Acts 12:11 in Oriya 11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
Romans 1:2 in Oriya 2 ସେ ରୋମରେ ଥିବା ଇଶ୍ବରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି।
1 Corinthians 7:29 in Oriya 29 କିନ୍ତୁ ହେ ଭାଇମାନେ, ମୋ' କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ।
1 Corinthians 14:32 in Oriya 32 ଭାବବାଦୀମାନଙ୍କ ଆତ୍ମା ଭାବବାଦୀମାନଙ୍କର ବଶୀଭୂତ।
2 Thessalonians 1:7 in Oriya 7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
Hebrews 12:9 in Oriya 9 ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?
1 Peter 1:11 in Oriya 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
2 Peter 1:21 in Oriya 21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।
2 Peter 3:2 in Oriya 2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।
2 Peter 3:8 in Oriya 8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।
Revelation 1:1 in Oriya 1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।
Revelation 19:9 in Oriya 9 ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହି ସବୁ ଇଶ୍ବରଙ୍କ ସତ୍ୟ ବାକ୍ୟ।
Revelation 21:5 in Oriya 5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
Revelation 22:7 in Oriya 7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।