Revelation 3:1 in Oriya 1 ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଇଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।
Other Translations King James Version (KJV) And unto the angel of the church in Sardis write; These things saith he that hath the seven Spirits of God, and the seven stars; I know thy works, that thou hast a name that thou livest, and art dead.
American Standard Version (ASV) And to the angel of the church in Sardis write: These things saith he that hath the seven Spirits of God, and the seven stars: I know thy works, that thou hast a name that thou livest, and thou art dead.
Bible in Basic English (BBE) And to the angel of the church in Sardis say: These things says he who has the seven Spirits of God and the seven stars: I have knowledge of your works, that you seem to be living but are dead.
Darby English Bible (DBY) And to the angel of the assembly in Sardis write: These things saith he that has the seven Spirits of God, and the seven stars: I know thy works, that thou hast a name that thou livest, and art dead.
World English Bible (WEB) "And to the angel of the assembly in Sardis write: He who has the seven Spirits of God, and the seven stars says these things: "I know your works, that you have a reputation of being alive, but you are dead.
Young's Literal Translation (YLT) And to the messenger of the assembly in Sardis write: These things saith he who is having the Seven Spirits of God, and the seven stars: I have known thy works, and that thou hast the name that thou dost live, and thou art dead;
Cross Reference Luke 15:24 in Oriya 24 କାରଣ ମୋହର ଏହି ପୁଅ ମରିଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।
Luke 15:32 in Oriya 32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।
John 1:16 in Oriya 16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ।
John 1:33 in Oriya 33 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
John 3:34 in Oriya 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଇଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
John 15:26 in Oriya 26 ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;
John 20:22 in Oriya 22 ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Ephesians 2:5 in Oriya 5 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
Colossians 2:13 in Oriya 13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,
1 Timothy 5:6 in Oriya 6 କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।
James 2:26 in Oriya 26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।
1 Peter 1:11 in Oriya 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
Jude 1:12 in Oriya 12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
Revelation 1:4 in Oriya 4 ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
Revelation 1:11 in Oriya 11 ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।
Revelation 1:16 in Oriya 16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
Revelation 1:20 in Oriya 20 ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ (ପାଳକ/ପ୍ରାଚୀନ) ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।
Revelation 2:9 in Oriya 9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
Revelation 2:13 in Oriya 13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
Revelation 2:19 in Oriya 19 ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ।
Revelation 4:5 in Oriya 5 ସିଂହାସନ ମଧ୍ୟରୁ ବିଜୁଳୀ, ବିଭିନ୍ନ ସ୍ୱର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଇଶ୍ବରଙ୍କ ସପ୍ତ ଆତ୍ମା।
Revelation 5:6 in Oriya 6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା।