Revelation 3:10 in Oriya 10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
Other Translations King James Version (KJV) Because thou hast kept the word of my patience, I also will keep thee from the hour of temptation, which shall come upon all the world, to try them that dwell upon the earth.
American Standard Version (ASV) Because thou didst keep the word of my patience, I also will keep thee from the hour of trial, that `hour' which is to come upon the whole world, to try them that dwell upon the earth.
Bible in Basic English (BBE) Because you have kept my word in quiet strength, I will keep you from the hour of testing which is coming on all the world, to put to the test those who are on earth.
Darby English Bible (DBY) Because thou hast kept the word of my patience, *I* also will keep thee out of the hour of trial, which is about to come upon the whole habitable world, to try them that dwell upon the earth.
World English Bible (WEB) Because you kept my command to endure, I also will keep you from the hour of testing, which is to come on the whole world, to test those who dwell on the earth.
Young's Literal Translation (YLT) `Because thou didst keep the word of my endurance, I also will keep thee from the hour of the trial that is about to come upon all the world, to try those dwelling upon the earth.
Cross Reference Isaiah 24:17 in Oriya 17 ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।
Daniel 12:10 in Oriya 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
Matthew 24:14 in Oriya 14 ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।
Matthew 26:41 in Oriya 41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।
Mark 14:9 in Oriya 9 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।
Luke 2:1 in Oriya 1 ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।
Romans 1:8 in Oriya 8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି।
1 Corinthians 10:13 in Oriya 13 ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
Ephesians 6:13 in Oriya 13 ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।
James 3:12 in Oriya 12 ହେ ମୋହର ଭାଇମାନେ, ଡିମ୍ବିରି ବୃକ୍ଷ କ'ଣ ଜୀତଫଳ, ଅବା ଦ୍ରାକ୍ଷାଲତା କ'ଣ ଡିମ୍ବିରି ଫଳ ଫଳି ପାରେ ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।
1 Peter 4:12 in Oriya 12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
Revelation 1:9 in Oriya 9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଇଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 6:10 in Oriya 10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?
Revelation 8:13 in Oriya 13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।
Revelation 11:10 in Oriya 10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।
Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।
Revelation 13:10 in Oriya 10 କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ। ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।
Revelation 13:14 in Oriya 14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Revelation 14:12 in Oriya 12 ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଇଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।
Revelation 17:8 in Oriya 8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।