Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Other Translations King James Version (KJV) And unto the angel of the church of the Laodiceans write; These things saith the Amen, the faithful and true witness, the beginning of the creation of God;
American Standard Version (ASV) And to the angel of the church in Laodicea write: These things saith the Amen, the faithful and true witness, the beginning of the creation of God:
Bible in Basic English (BBE) And to the angel of the church in Laodicea say: These things says the true and certain witness, the head of God's new order:
Darby English Bible (DBY) And to the angel of the assembly in Laodicea write: These things says the Amen, the faithful and true witness, the beginning of the creation of God:
World English Bible (WEB) "To the angel of the assembly in Laodicea write: "The Amen, the Faithful and True Witness, the Head of God's creation, says these things:
Young's Literal Translation (YLT) `And to the messenger of the assembly of the Laodiceans write: These things saith the Amen, the witness -- the faithful and true -- the chief of the creation of God;
Cross Reference Proverbs 8:22 in Oriya 22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
Isaiah 55:4 in Oriya 4 ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”
Isaiah 65:16 in Oriya 16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।
Jeremiah 42:5 in Oriya 5 ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯଦି ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହେଉନ୍ତୁ।
2 Corinthians 1:20 in Oriya 20 ଯେଣୁ ଈଶ୍ୱରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଇଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।
Colossians 1:15 in Oriya 15 ସେ ଅଦୃଶ୍ୟ ଇଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
Colossians 1:18 in Oriya 18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
Colossians 2:1 in Oriya 1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
Colossians 4:16 in Oriya 16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥି ନିମନ୍ତେ ଯତ୍ନ କର।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 1:11 in Oriya 11 ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।
Revelation 2:1 in Oriya 1 ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Revelation 22:6 in Oriya 6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହି ସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ୱର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି।
Revelation 22:13 in Oriya 13 ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।