Revelation 3:18 in Oriya 18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ।
Other Translations King James Version (KJV) I counsel thee to buy of me gold tried in the fire, that thou mayest be rich; and white raiment, that thou mayest be clothed, and that the shame of thy nakedness do not appear; and anoint thine eyes with eyesalve, that thou mayest see.
American Standard Version (ASV) I counsel thee to buy of me gold refined by fire, that thou mayest become rich; and white garments, that thou mayest clothe thyself, and `that' the shame of thy nakedness be not made manifest; and eyesalve to anoint thine eyes, that thou mayest see.
Bible in Basic English (BBE) If you are wise you will get from me gold tested by fire, so that you may have true wealth; and white robes to put on, so that your shame may not be seen; and oil for your eyes, so that you may see.
Darby English Bible (DBY) I counsel thee to buy of me gold purified by fire, that thou mayest be rich; and white garments, that thou mayest be clothed, and that the shame of thy nakedness may not be made manifest; and eye-salve to anoint thine eyes, that thou mayest see.
World English Bible (WEB) I counsel you to buy from me gold refined by fire, that you may become rich; and white garments, that you may clothe yourself, and that the shame of your nakedness may not be revealed; and eye salve to anoint your eyes, that you may see.
Young's Literal Translation (YLT) I counsel thee to buy from me gold fired by fire, that thou mayest be rich, and white garments that thou mayest be arrayed, and the shame of thy nakedness may not be manifest, and with eye-salve anoint thine eyes, that thou mayest see.
Cross Reference Psalm 16:7 in Oriya 7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
Psalm 32:8 in Oriya 8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
Psalm 73:24 in Oriya 24 ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
Psalm 107:11 in Oriya 11 ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ;
Proverbs 1:25 in Oriya 25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
Proverbs 1:30 in Oriya 30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
Proverbs 19:20 in Oriya 20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ୍ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
Proverbs 23:23 in Oriya 23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
Ecclesiastes 8:2 in Oriya 2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।
Isaiah 47:3 in Oriya 3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Jeremiah 13:26 in Oriya 26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
Daniel 12:2 in Oriya 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
Micah 1:11 in Oriya 11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
Nahum 3:5 in Oriya 5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
Malachi 3:3 in Oriya 3 ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣଙ୍କୁ ପରିଷ୍କାର କରିବେ ପୁଣି ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାର ନୈବେଦ୍ୟ ଉତ୍ସର୍ଗ କରିବେ।
Matthew 13:44 in Oriya 44 ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।
Matthew 25:9 in Oriya 9 ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ।
Luke 12:21 in Oriya 21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଇଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।
John 9:6 in Oriya 6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ, ଯାଅ,
1 Corinthians 3:12 in Oriya 12 କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,
2 Corinthians 5:3 in Oriya 3 ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ।
2 Corinthians 8:9 in Oriya 9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
1 Timothy 6:18 in Oriya 18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
1 Peter 1:7 in Oriya 7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
1 John 2:20 in Oriya 20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।
Revelation 2:9 in Oriya 9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
Revelation 3:4 in Oriya 4 ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;
Revelation 7:13 in Oriya 13 ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି ?
Revelation 16:15 in Oriya 15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।
Revelation 19:8 in Oriya 8 ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ।