Revelation 4:11 in Oriya 11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।
Other Translations King James Version (KJV) Thou art worthy, O Lord, to receive glory and honour and power: for thou hast created all things, and for thy pleasure they are and were created.
American Standard Version (ASV) Worthy art thou, our Lord and our God, to receive the glory and the honor and the power: for thou didst create all things, and because of thy will they were, and were created.
Bible in Basic English (BBE) It is right, our Lord and our God, for you to have glory and honour and power: because by you were all things made, and by your desire they came into being.
Darby English Bible (DBY) Thou art worthy, O our Lord and [our] God, to receive glory and honour and power; for *thou* hast created all things, and for thy will they were, and they have been created.
World English Bible (WEB) "Worthy are you, our Lord and God, the Holy One,{TR omits "and God, the Holy One,"} to receive the glory, the honor, and the power, for you created all things, and because of your desire they existed, and were created!"
Young's Literal Translation (YLT) `Worthy art Thou, O Lord, to receive the glory, and the honour, and the power, because Thou -- Thou didst create the all things, and because of Thy will are they, and they were created.'
Cross Reference Genesis 1:1 in Oriya 1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
Exodus 20:11 in Oriya 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
2 Samuel 22:4 in Oriya 4 ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
1 Chronicles 16:28 in Oriya 28 ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
Nehemiah 9:5 in Oriya 5 ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦି କାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
Job 36:3 in Oriya 3 ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି;
Psalm 18:3 in Oriya 3 ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।
Psalm 29:1 in Oriya 1 ଦାଉଦଙ୍କର ଗୀତ। ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।
Psalm 68:34 in Oriya 34 ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶ-ମଣ୍ଡଳରେ ରହିଅଛି।
Psalm 96:7 in Oriya 7 ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
Proverbs 16:4 in Oriya 4 ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
Isaiah 40:26 in Oriya 26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
Isaiah 40:28 in Oriya 28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Jeremiah 10:11 in Oriya 11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
Acts 14:15 in Oriya 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଇଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
Acts 17:24 in Oriya 24 ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
Romans 11:36 in Oriya 36 ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
Ephesians 3:9 in Oriya 9 ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
Colossians 1:16 in Oriya 16 କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Hebrews 1:10 in Oriya 10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ”
Revelation 5:2 in Oriya 2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ?
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 5:12 in Oriya 12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।
Revelation 10:6 in Oriya 6 ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;
Revelation 14:7 in Oriya 7 ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।