Revelation 4:4 in Oriya 4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।
Other Translations King James Version (KJV) And round about the throne were four and twenty seats: and upon the seats I saw four and twenty elders sitting, clothed in white raiment; and they had on their heads crowns of gold.
American Standard Version (ASV) And round about the throne `were' four and twenty thrones: and upon the thrones `I saw' four and twenty elders sitting, arrayed in white garments; and on their heads crowns of gold.
Bible in Basic English (BBE) And round about the high seat were four and twenty seats: and on them I saw four and twenty rulers seated, clothed in white robes; and on their heads crowns of gold.
Darby English Bible (DBY) And round the throne twenty-four thrones, and on the thrones twenty-four elders sitting, clothed with white garments; and on their heads golden crowns.
World English Bible (WEB) Around the throne were twenty-four thrones. On the thrones were twenty-four elders sitting, dressed in white garments, with crowns of gold on their heads.
Young's Literal Translation (YLT) And around the throne `are' thrones twenty and four, and upon the thrones I saw the twenty and four elders sitting, clothed in white garments, and they had upon their heads crowns of gold;
Cross Reference Esther 8:15 in Oriya 15 ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।
Psalm 21:3 in Oriya 3 କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।
Matthew 19:28 in Oriya 28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
Luke 22:30 in Oriya 30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 3:4 in Oriya 4 ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।
Revelation 4:10 in Oriya 10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
Revelation 5:14 in Oriya 14 ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ।
Revelation 6:11 in Oriya 11 ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆ ଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭାତ୍ରୁଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
Revelation 7:11 in Oriya 11 ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ୱରଙ୍କୁ ପ୍ରଣାମ କରି କହୁଅଛନ୍ତି,
Revelation 7:13 in Oriya 13 ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି ?
Revelation 9:7 in Oriya 7 ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ;
Revelation 11:16 in Oriya 16 ସେଥିରେ ଇଶ୍ବରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ,
Revelation 19:4 in Oriya 4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା।
Revelation 19:14 in Oriya 14 ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ।
Revelation 20:4 in Oriya 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଇଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।