Revelation 4:5 in Oriya 5 ସିଂହାସନ ମଧ୍ୟରୁ ବିଜୁଳୀ, ବିଭିନ୍ନ ସ୍ୱର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଇଶ୍ବରଙ୍କ ସପ୍ତ ଆତ୍ମା।
Other Translations King James Version (KJV) And out of the throne proceeded lightnings and thunderings and voices: and there were seven lamps of fire burning before the throne, which are the seven Spirits of God.
American Standard Version (ASV) And out of the throne proceed lightnings and voices and thunders. And `there was' seven lamps of fire burning before the throne, which are the seven Spirits of God;
Bible in Basic English (BBE) And out of the high seat came flames and voices and thunders. And seven lights of fire were burning before the high seat, which are the seven Spirits of God;
Darby English Bible (DBY) And out of the throne go forth lightnings, and voices, and thunders; and seven lamps of fire, burning before the throne, which are the seven Spirits of God;
World English Bible (WEB) Out of the throne proceed lightnings, sounds, and thunders. There were seven lamps of fire burning before his throne, which are the seven Spirits of God.
Young's Literal Translation (YLT) and out of the throne proceed do lightnings, and thunders, and voices; and seven lamps of fire are burning before the throne, which are the Seven Spirits of God,
Cross Reference Genesis 15:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
Exodus 19:16 in Oriya 16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
Exodus 20:18 in Oriya 18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
Exodus 37:23 in Oriya 23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
2 Chronicles 4:20 in Oriya 20 ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ
Psalm 18:13 in Oriya 13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; ତାହା ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର।
Psalm 68:35 in Oriya 35 ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।
Ezekiel 1:13 in Oriya 13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ ନିର୍ଗତ ହେଲା।
Joel 3:16 in Oriya 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
Zechariah 4:2 in Oriya 2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି।
Zechariah 4:11 in Oriya 11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ'ଣ ?”
Matthew 3:11 in Oriya 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Acts 2:3 in Oriya 3 ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା।
1 Corinthians 12:4 in Oriya 4 ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
Hebrews 12:18 in Oriya 18 କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,
Revelation 1:4 in Oriya 4 ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
Revelation 3:1 in Oriya 1 ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଇଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।
Revelation 5:6 in Oriya 6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା।
Revelation 8:5 in Oriya 5 ପରେ ସେହି ଦୂତ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳୀ ଓ ଭୂମିକମ୍ପ ହେଲା।
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 16:17 in Oriya 17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା।