Revelation 4:8 in Oriya 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର।
Other Translations King James Version (KJV) And the four beasts had each of them six wings about him; and they were full of eyes within: and they rest not day and night, saying, Holy, holy, holy, LORD God Almighty, which was, and is, and is to come.
American Standard Version (ASV) and the four living creatures, having each one of them six wings, are full of eyes round about and within: and they have no rest day and night, saying, Holy, holy, holy, `is' the Lord God, the Almighty, who was and who is and who is to come.
Bible in Basic English (BBE) And the four beasts, having every one of them six wings, are full of eyes round about and inside: and without resting day and night, they say, Holy, holy, holy, Lord God, Ruler of all, who was and is and is to come.
Darby English Bible (DBY) And the four living creatures, each one of them having respectively six wings; round and within they are full of eyes; and they cease not day and night saying, Holy, holy, holy, Lord God Almighty, who was, and who is, and who is to come.
World English Bible (WEB) The four living creatures, each one of them having six wings, are full of eyes around about and within. They have no rest day and night, saying, "Holy, holy, holy, holy, holy, holy, holy, holy, holy{TR and NU read "holy" 3 times instead of 9.} is the Lord God, the Almighty, who was and who is and who is to come!"
Young's Literal Translation (YLT) And the four living creatures, each by itself severally, had six wings, around and within `are' full of eyes, and rest they have not day and night, saying, `Holy, holy, holy, Lord God Almighty, who was, and who is, and who is coming;'
Cross Reference Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Exodus 15:11 in Oriya 11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Isaiah 6:2 in Oriya 2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।
Isaiah 13:6 in Oriya 6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
Isaiah 62:1 in Oriya 1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।
Isaiah 62:6 in Oriya 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
Ezekiel 1:6 in Oriya 6 ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।
Ezekiel 10:21 in Oriya 21 ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା।
Joel 1:15 in Oriya 15 ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।
Acts 20:31 in Oriya 31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
2 Corinthians 6:18 in Oriya 18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।
1 Thessalonians 2:9 in Oriya 9 ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଇଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।
2 Thessalonians 3:8 in Oriya 8 କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;
1 Timothy 4:16 in Oriya 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
2 Timothy 4:2 in Oriya 2 ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
Hebrews 13:8 in Oriya 8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
Revelation 1:4 in Oriya 4 ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
Revelation 1:8 in Oriya 8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ।
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Revelation 4:4 in Oriya 4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।
Revelation 4:6 in Oriya 6 ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।
Revelation 7:15 in Oriya 15 ସେଥିପାଇଁ ସେମାନେ ଇଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି, ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟସ୍ୱରୂପ ହେବେ।
Revelation 11:17 in Oriya 17 ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।
Revelation 14:11 in Oriya 11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 16:7 in Oriya 7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।
Revelation 16:14 in Oriya 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଇଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।
Revelation 19:15 in Oriya 15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଇଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
Revelation 21:22 in Oriya 22 ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।