Revelation 6:10 in Oriya 10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?
Other Translations King James Version (KJV) And they cried with a loud voice, saying, How long, O Lord, holy and true, dost thou not judge and avenge our blood on them that dwell on the earth?
American Standard Version (ASV) and they cried with a great voice, saying, How long, O Master, the holy and true, dost thou not judge and avenge our blood on them that dwell on the earth?
Bible in Basic English (BBE) And they gave a great cry, saying, How long will it be, O Ruler, holy and true, before you take your place as judge and give punishment for our blood to those on the earth?
Darby English Bible (DBY) and they cried with a loud voice, saying, How long, O sovereign Ruler, holy and true, dost thou not judge and avenge our blood on them that dwell upon the earth?
World English Bible (WEB) They cried with a loud voice, saying, "How long, Master, the holy and true, until you judge and avenge our blood on those who dwell on the earth?"
Young's Literal Translation (YLT) and they were crying with a great voice, saying, `Till when, O Master, the Holy and the True, dost Thou not judge and take vengeance of our blood from those dwelling upon the land?'
Cross Reference Genesis 4:10 in Oriya 10 ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
Deuteronomy 32:36 in Oriya 36 ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Judges 16:28 in Oriya 28 ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୁ ସଦାପ୍ରଭୁ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର।
1 Samuel 24:12 in Oriya 12 ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।
Psalm 9:12 in Oriya 12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
Psalm 13:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ'ଠାରୁ ଆପଣା ମୁଖ ଲୁଚାଇବ ?
Psalm 35:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
Psalm 58:10 in Oriya 10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
Psalm 74:9 in Oriya 9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
Psalm 79:10 in Oriya 10 ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
Psalm 94:3 in Oriya 3 ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ?
Isaiah 61:2 in Oriya 2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
Isaiah 63:1 in Oriya 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
Daniel 8:13 in Oriya 13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞା ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ ?
Daniel 12:6 in Oriya 6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ?
Zechariah 1:12 in Oriya 12 ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, “ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ ?”
Luke 18:7 in Oriya 7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?
Luke 21:22 in Oriya 22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
Romans 12:19 in Oriya 19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଇଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା'।
2 Thessalonians 1:6 in Oriya 6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
Hebrews 12:24 in Oriya 24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Revelation 3:10 in Oriya 10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
Revelation 11:18 in Oriya 18 ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 16:5 in Oriya 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।
Revelation 18:24 in Oriya 24 ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।
Revelation 19:2 in Oriya 2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।