Revelation 6:12 in Oriya 12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,
Other Translations King James Version (KJV) And I beheld when he had opened the sixth seal, and, lo, there was a great earthquake; and the sun became black as sackcloth of hair, and the moon became as blood;
American Standard Version (ASV) And I saw when he opened the sixth seal, and there was a great earthquake; and the sun became black as sackcloth of hair, and the whole moon became as blood;
Bible in Basic English (BBE) And I saw when the sixth stamp was undone, and there was a great earth-shock; and the sun became black as haircloth, and all the moon became as blood;
Darby English Bible (DBY) And I saw when it opened the sixth seal, and there was a great earthquake; and the sun became black as hair sackcloth, and the whole moon became as blood,
World English Bible (WEB) I saw when he opened the sixth seal, and there was a great earthquake. The sun became black as sackcloth made of hair, and the whole moon became as blood.
Young's Literal Translation (YLT) And I saw when he opened the sixth seal, and lo, a great earthquake came, and the sun became black as sackcloth of hair, and the moon became as blood,
Cross Reference 1 Kings 19:11 in Oriya 11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
Isaiah 13:9 in Oriya 9 ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।
Isaiah 24:23 in Oriya 23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
Isaiah 29:6 in Oriya 6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
Isaiah 50:3 in Oriya 3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”
Isaiah 60:19 in Oriya 19 ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ।
Ezekiel 32:7 in Oriya 7 ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
Joel 2:10 in Oriya 10 ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
Joel 2:30 in Oriya 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
Joel 3:15 in Oriya 15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
Amos 1:1 in Oriya 1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।
Amos 8:9 in Oriya 9 ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
Haggai 2:6 in Oriya 6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;
Haggai 2:21 in Oriya 21 ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲକୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
Zechariah 14:5 in Oriya 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ' ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
Matthew 24:7 in Oriya 7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।
Matthew 24:29 in Oriya 29 ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।
Matthew 27:45 in Oriya 45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
Matthew 27:54 in Oriya 54 ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଇଶ୍ବରଙ୍କ ପୁତ୍ର ଥିଲେ।
Matthew 28:2 in Oriya 2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।
Mark 13:24 in Oriya 24 ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
Mark 15:33 in Oriya 33 ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
Luke 23:44 in Oriya 44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
Acts 2:19 in Oriya 19 ଅାମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୂତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
Revelation 8:5 in Oriya 5 ପରେ ସେହି ଦୂତ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳୀ ଓ ଭୂମିକମ୍ପ ହେଲା।
Revelation 11:13 in Oriya 13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଇଶ୍ବରଙ୍କ ମହିମା କୀର୍ତ୍ତନ କଲେ।
Revelation 16:18 in Oriya 18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।