Revelation 6:2 in Oriya 2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।
Other Translations King James Version (KJV) And I saw, and behold a white horse: and he that sat on him had a bow; and a crown was given unto him: and he went forth conquering, and to conquer.
American Standard Version (ASV) And I saw, and behold, a white horse, and he that sat thereon had a bow; and there was given unto him a crown: and he came forth conquering, and to conquer.
Bible in Basic English (BBE) And I saw a white horse, and he who was seated on it had a bow; and there was given to him a crown: and he went out with power to overcome.
Darby English Bible (DBY) And I saw: and behold, a white horse, and he that sat upon it having a bow; and a crown was given to him, and he went forth conquering and that he might conquer.
World English Bible (WEB) And behold, a white horse, and he who sat on it had a bow. A crown was given to him, and he came forth conquering, and to conquer.
Young's Literal Translation (YLT) and I saw, and lo, a white horse, and he who is sitting upon it is having a bow, and there was given to him a crown, and he went forth overcoming, and that he may overcome.
Cross Reference Psalm 45:3 in Oriya 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।
Psalm 76:7 in Oriya 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
Psalm 98:1 in Oriya 1 ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
Psalm 110:2 in Oriya 2 “ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
Isaiah 25:8 in Oriya 8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Zechariah 1:8 in Oriya 8 ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
Zechariah 6:3 in Oriya 3 ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ।
Zechariah 6:11 in Oriya 11 ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।”
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Romans 15:18 in Oriya 18 କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।
1 Corinthians 15:25 in Oriya 25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
1 Corinthians 15:55 in Oriya 55 “ଜୟ ମୃତ୍ୟୁକୁ ଗ୍ରାସ କରିଅଛି। “ରେ ମୃତ୍ୟୁ, କାହିଁ ତୋର ଜୟ ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ ?”
2 Corinthians 10:3 in Oriya 3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 11:18 in Oriya 18 ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।
Revelation 14:14 in Oriya 14 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।
Revelation 15:2 in Oriya 2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଇଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
Revelation 19:14 in Oriya 14 ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ।