Revelation 6:9 in Oriya 9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।
Other Translations King James Version (KJV) And when he had opened the fifth seal, I saw under the altar the souls of them that were slain for the word of God, and for the testimony which they held:
American Standard Version (ASV) And when he opened the fifth seal, I saw underneath the altar the souls of them that had been slain for the word of God, and for the testimony which they held:
Bible in Basic English (BBE) And when the fifth stamp was undone, I saw under the altar the souls of those who had been put to death for the word of God, and for the witness which they kept.
Darby English Bible (DBY) And when it opened the fifth seal, I saw underneath the altar the souls of them that had been slain for the word of God, and for the testimony which they held;
World English Bible (WEB) When he opened the fifth seal, I saw underneath the altar the souls of those who had been killed for the Word of God, and for the testimony of the Lamb which they had.
Young's Literal Translation (YLT) And when he opened the fifth seal, I saw under the altar the souls of those slain because of the word of God, and because of the testimony that they held,
Cross Reference Leviticus 4:7 in Oriya 7 ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
John 16:2 in Oriya 2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
2 Corinthians 5:8 in Oriya 8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।
Philippians 1:23 in Oriya 23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
2 Timothy 1:8 in Oriya 8 ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଇଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;
2 Timothy 4:6 in Oriya 6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
Revelation 1:2 in Oriya 2 ସେହି ଯୋହନ ଇଶ୍ବରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।
Revelation 1:9 in Oriya 9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଇଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।
Revelation 2:13 in Oriya 13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
Revelation 8:3 in Oriya 3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।
Revelation 9:13 in Oriya 13 ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଇଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,
Revelation 11:3 in Oriya 3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
Revelation 14:18 in Oriya 18 ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି।
Revelation 16:7 in Oriya 7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।
Revelation 20:4 in Oriya 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଇଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।