Revelation 7:12 in Oriya 12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍।
Other Translations King James Version (KJV) Saying, Amen: Blessing, and glory, and wisdom, and thanksgiving, and honour, and power, and might, be unto our God for ever and ever. Amen.
American Standard Version (ASV) saying, Amen: Blessing, and glory, and wisdom, and thanksgiving, and honor, and power, and might, `be' unto our God for ever and ever. Amen.
Bible in Basic English (BBE) So be it. Let blessing and glory and wisdom and praise and honour and power and strength be given to our God for ever and ever. So be it.
Darby English Bible (DBY) saying, Amen: Blessing, and glory, and wisdom, and thanksgiving, and honour, and power, and strength, to our God, to the ages of ages. Amen.
World English Bible (WEB) saying, "Amen! Blessing, glory, wisdom, thanksgiving, honor, power, and might, be to our God forever and ever! Amen."
Young's Literal Translation (YLT) saying, `Amen! the blessing, and the glory, and the wisdom, and the thanksgiving, and the honour, and the power, and the strength, `are' to our God -- to the ages of the ages! Amen!'
Cross Reference Nehemiah 12:8 in Oriya 8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବିୟ, ଯିହୁଦା ଓ ମତ୍ତନିୟ, ଏହି ମତ୍ତନିୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।
Nehemiah 12:46 in Oriya 46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
Psalm 41:13 in Oriya 13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍।
Psalm 50:14 in Oriya 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Psalm 72:19 in Oriya 19 ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।
Psalm 89:52 in Oriya 52 ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍, ଆମେନ୍।
Psalm 95:2 in Oriya 2 ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ।
Psalm 100:4 in Oriya 4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
Psalm 106:48 in Oriya 48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Psalm 107:22 in Oriya 22 ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
Psalm 116:17 in Oriya 17 ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
Psalm 147:7 in Oriya 7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
Isaiah 51:3 in Oriya 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Jeremiah 33:9 in Oriya 9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।'”
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Jonah 2:9 in Oriya 9 ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
2 Corinthians 4:15 in Oriya 15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଇଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
2 Corinthians 9:11 in Oriya 11 ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇ ପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଇଶ୍ବରଙ୍କ ଧନ୍ୟବାଦର କାରଣ ହେବ।
Colossians 2:7 in Oriya 7 ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
Colossians 3:17 in Oriya 17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।
Jude 1:25 in Oriya 25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।
Revelation 1:18 in Oriya 18 ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।
Revelation 5:12 in Oriya 12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।
Revelation 19:4 in Oriya 4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା।