Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Other Translations King James Version (KJV) And I said unto him, Sir, thou knowest. And he said to me, These are they which came out of great tribulation, and have washed their robes, and made them white in the blood of the Lamb.
American Standard Version (ASV) And I say unto him, My lord, thou knowest. And he said to me, These are they that come of the great tribulation, and they washed their robes, and made them white in the blood of the Lamb.
Bible in Basic English (BBE) And I said to him, My lord, you have knowledge. And he said to me, These are they who came through the great testing, and their robes have been washed and made white in the blood of the Lamb.
Darby English Bible (DBY) And I said to him, My lord, *thou* knowest. And he said to me, These are they who come out of the great tribulation, and have washed their robes, and have made them white in the blood of the Lamb.
World English Bible (WEB) I told him, "My lord, you know." He said to me, "These are those who came out of the great tribulation. They washed their robes, and made them white in the Lamb's blood.
Young's Literal Translation (YLT) and I have said to him, `Sir, thou hast known;' and he said to me, `These are those who are coming out of the great tribulation, and they did wash their robes, and they made their robes white in the blood of the Lamb;
Cross Reference Isaiah 1:18 in Oriya 18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
Zechariah 3:3 in Oriya 3 ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।
Zechariah 13:1 in Oriya 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
Matthew 24:21 in Oriya 21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
John 13:8 in Oriya 8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ। ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ।
John 16:33 in Oriya 33 ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Romans 5:3 in Oriya 3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
1 Corinthians 6:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
Ephesians 5:26 in Oriya 26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
2 Thessalonians 1:4 in Oriya 4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଇଶ୍ବରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
Hebrews 13:12 in Oriya 12 ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।
1 Peter 1:19 in Oriya 19 ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 2:9 in Oriya 9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 6:9 in Oriya 9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
Revelation 15:2 in Oriya 2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଇଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।
Revelation 22:14 in Oriya 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।