Revelation 7:15 in Oriya 15 ସେଥିପାଇଁ ସେମାନେ ଇଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି, ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟସ୍ୱରୂପ ହେବେ।
Other Translations King James Version (KJV) Therefore are they before the throne of God, and serve him day and night in his temple: and he that sitteth on the throne shall dwell among them.
American Standard Version (ASV) Therefore are they before the throne of God; and they serve him day and night in his temple: and he that sitteth on the throne shall spread his tabernacle over them.
Bible in Basic English (BBE) This is why they are before the high seat of God; and they are his servants day and night in his house: and he who is seated on the high seat will be a tent over them.
Darby English Bible (DBY) Therefore are they before the throne of God, and serve him day and night in his temple, and he that sits upon the throne shall spread his tabernacle over them.
World English Bible (WEB) Therefore they are before the throne of God, they serve him day and night in his temple. He who sits on the throne will spread his tent over them.
Young's Literal Translation (YLT) because of this are they before the throne of God, and they do service to Him day and night in His sanctuary, and He who is sitting upon the throne shall tabernacle over them;
Cross Reference Exodus 29:45 in Oriya 45 ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
1 Kings 6:13 in Oriya 13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।
1 Chronicles 23:25 in Oriya 25 କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,
Psalm 68:16 in Oriya 16 ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
Psalm 134:1 in Oriya 1 ଆରୋହଣ ଗୀତ। ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Isaiah 4:5 in Oriya 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
1 Corinthians 3:16 in Oriya 16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଇଶ୍ବରଙ୍କ ମନ୍ଦିର, ଆଉ ଇଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
Hebrews 8:1 in Oriya 1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
Revelation 4:4 in Oriya 4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 14:3 in Oriya 3 ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।
Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Revelation 22:3 in Oriya 3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।
Revelation 22:5 in Oriya 5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।