Revelation 7:2 in Oriya 2 ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ୱରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,
Other Translations King James Version (KJV) And I saw another angel ascending from the east, having the seal of the living God: and he cried with a loud voice to the four angels, to whom it was given to hurt the earth and the sea,
American Standard Version (ASV) And I saw another angel ascend from the sunrising, having the seal of the living God: and he cried with a great voice to the four angels to whom it was given to hurt the earth and the sea,
Bible in Basic English (BBE) And I saw another angel coming up from the east, having the mark of the living God: and he said with a great voice to the four angels, to whom it was given to do damage to the earth and the sea,
Darby English Bible (DBY) And I saw another angel ascending from [the] sunrising, having [the] seal of [the] living God; and he cried with a loud voice to the four angels to whom it had been given to hurt the earth and the sea,
World English Bible (WEB) I saw another angel ascend from the sunrise, having the seal of the living God. He cried with a loud voice to the four angels to whom it was given to harm the earth and the sea,
Young's Literal Translation (YLT) and I saw another messenger going up from the rising of the sun, having a seal of the living God, and he did cry with a great voice to the four messengers, to whom it was given to injure the land and the sea, saying,
Cross Reference Deuteronomy 5:26 in Oriya 26 କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି ?
1 Samuel 17:26 in Oriya 26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ'ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?
1 Samuel 17:36 in Oriya 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।
2 Kings 19:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
Song of Solomon 8:6 in Oriya 6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ୍; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Matthew 26:63 in Oriya 63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଇଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ?
John 6:27 in Oriya 27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ।
Acts 7:30 in Oriya 30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
2 Corinthians 1:22 in Oriya 22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
Ephesians 1:13 in Oriya 13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
Ephesians 4:30 in Oriya 30 ଆଉ ଇଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ।
1 Thessalonians 1:9 in Oriya 9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
2 Timothy 2:19 in Oriya 19 ତଥାପି ଇଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
Hebrews 12:22 in Oriya 22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଇଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Revelation 1:3 in Oriya 3 ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ କାରଣ ସମୟ ସନ୍ନିକଟ।
Revelation 5:2 in Oriya 2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ?
Revelation 7:3 in Oriya 3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ।
Revelation 8:3 in Oriya 3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।
Revelation 8:7 in Oriya 7 ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।
Revelation 9:4 in Oriya 4 ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଇଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।
Revelation 10:1 in Oriya 1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
Revelation 10:4 in Oriya 4 ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ।