Revelation 8:5 in Oriya 5 ପରେ ସେହି ଦୂତ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳୀ ଓ ଭୂମିକମ୍ପ ହେଲା।
Other Translations King James Version (KJV) And the angel took the censer, and filled it with fire of the altar, and cast it into the earth: and there were voices, and thunderings, and lightnings, and an earthquake.
American Standard Version (ASV) And the angel taketh the censer; and he filled it with the fire of the altar, and cast it upon the earth: and there followed thunders, and voices, and lightnings, and an earthquake.
Bible in Basic English (BBE) And the angel took the vessel; and he made it full of the fire of the altar, and sent it down on the earth: and there came thunders and voices and flames and a shaking of the earth.
Darby English Bible (DBY) And the angel took the censer, and filled it from the fire of the altar, and cast [it] on the earth: and there were voices, and thunders and lightnings, and an earthquake.
World English Bible (WEB) The angel took the censer, and he filled it with the fire of the altar, and threw it on the earth. There followed thunders, sounds, lightnings, and an earthquake.
Young's Literal Translation (YLT) and the messenger took the censer, and did fill it out of the fire of the altar, and did cast `it' to the earth, and there came voices, and thunders, and lightnings, and an earthquake.
Cross Reference Leviticus 16:12 in Oriya 12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
2 Samuel 22:7 in Oriya 7 ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
1 Kings 19:11 in Oriya 11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
Psalm 18:13 in Oriya 13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; ତାହା ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର।
Isaiah 29:6 in Oriya 6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
Isaiah 30:30 in Oriya 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Isaiah 66:6 in Oriya 6 ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ !
Isaiah 66:14 in Oriya 14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।
Jeremiah 51:11 in Oriya 11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Ezekiel 10:2 in Oriya 2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋ' ସାକ୍ଷାତରେ ଗଲେ।
Zechariah 14:5 in Oriya 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ' ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
Matthew 24:7 in Oriya 7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।
Matthew 27:52 in Oriya 52 ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
Luke 12:49 in Oriya 49 ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କ'ଣ ବାଞ୍ଛା ?
Acts 4:31 in Oriya 31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଇଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
Acts 16:26 in Oriya 26 ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
Hebrews 12:18 in Oriya 18 କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,
Revelation 4:5 in Oriya 5 ସିଂହାସନ ମଧ୍ୟରୁ ବିଜୁଳୀ, ବିଭିନ୍ନ ସ୍ୱର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଇଶ୍ବରଙ୍କ ସପ୍ତ ଆତ୍ମା।
Revelation 6:12 in Oriya 12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,
Revelation 11:13 in Oriya 13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଇଶ୍ବରଙ୍କ ମହିମା କୀର୍ତ୍ତନ କଲେ।
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 16:1 in Oriya 1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଇଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।