Revelation 8:7 in Oriya 7 ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।
Other Translations King James Version (KJV) The first angel sounded, and there followed hail and fire mingled with blood, and they were cast upon the earth: and the third part of trees was burnt up, and all green grass was burnt up.
American Standard Version (ASV) And the first sounded, and there followed hail and fire, mingled with blood, and they were cast upon the earth: and the third part of the earth was burnt up, and the third part of the trees was burnt up, and all green grass was burnt up.
Bible in Basic English (BBE) And at the sounding of the first, a rain of ice and fire, mixed with blood, was sent on the earth: and a third part of the earth, and of the trees, and all green grass was burned up.
Darby English Bible (DBY) And the first sounded [his] trumpet: and there was hail and fire, mingled with blood, and they were cast upon the earth; and the third part of the earth was burnt up, and the third part of the trees was burnt up, and all green grass was burnt up.
World English Bible (WEB) The first sounded, and there followed hail and fire, mixed with blood, and they were thrown to the earth. One third of the earth was burnt up,{TR omits "One third of the earth was burnt up"} and one third of the trees were burnt up, and all green grass was burnt up.
Young's Literal Translation (YLT) and the first messenger did sound, and there came hail and fire, mingled with blood, and it was cast to the land, and the third of the trees was burnt up, and all the green grass was burnt up.
Cross Reference Exodus 9:23 in Oriya 23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ।
Exodus 9:33 in Oriya 33 ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
Joshua 10:11 in Oriya 11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
Psalm 11:5 in Oriya 5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।
Psalm 18:12 in Oriya 12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।
Psalm 78:47 in Oriya 47 ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ମାରି ପକାଇଲେ।
Psalm 105:32 in Oriya 32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।
Isaiah 2:12 in Oriya 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
Isaiah 10:17 in Oriya 17 ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।
Isaiah 28:2 in Oriya 2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
Isaiah 29:6 in Oriya 6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
Isaiah 30:30 in Oriya 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Isaiah 32:19 in Oriya 19 ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
Ezekiel 13:10 in Oriya 10 ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,”
Ezekiel 38:22 in Oriya 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
Joel 2:30 in Oriya 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
Zechariah 13:8 in Oriya 8 ପୁଣି, ସଦାପ୍ରଭୁ କହନ୍ତି, “ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
Matthew 7:25 in Oriya 25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।
James 1:11 in Oriya 11 ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ।
1 Peter 1:24 in Oriya 24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
Revelation 6:8 in Oriya 8 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।
Revelation 8:7 in Oriya 7 ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।
Revelation 9:4 in Oriya 4 ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଇଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।
Revelation 9:15 in Oriya 15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।
Revelation 9:18 in Oriya 18 ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।
Revelation 12:4 in Oriya 4 ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।
Revelation 16:2 in Oriya 2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।
Revelation 16:21 in Oriya 21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।