Revelation 9:20 in Oriya 20 ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Other Translations King James Version (KJV) And the rest of the men which were not killed by these plagues yet repented not of the works of their hands, that they should not worship devils, and idols of gold, and silver, and brass, and stone, and of wood: which neither can see, nor hear, nor walk:
American Standard Version (ASV) And the rest of mankind, who were not killed with these plagues, repented not of the works of their hands, that they should not worship demons, and the idols of gold, and of silver, and of brass, and of stone, and of wood; which can neither see, nor hear, nor walk:
Bible in Basic English (BBE) And the rest of the people, who were not put to death by these evils, were not turned from the works of their hands, but went on giving worship to evil spirits, and images of gold and silver and brass and stone and wood which have no power of seeing or hearing or walking:
Darby English Bible (DBY) And the rest of men who were not killed with these plagues repented not of the works of their hands, that they should not worship demons, and the golden and silver and brazen and stone and wooden idols, which can neither see nor hear nor walk.
World English Bible (WEB) The rest of mankind, who were not killed with these plagues, didn't repent of the works of their hands, that they wouldn't worship demons, and the idols of gold, and of silver, and of brass, and of stone, and of wood; which can neither see, nor hear, nor walk.
Young's Literal Translation (YLT) and the rest of men, who were not killed in these plagues, neither did reform from the works of their hands, that they may not bow before the demons, and idols, those of gold, and those of silver, and those of brass, and those of stone, and those of wood, that are neither able to see, nor to hear, nor to walk,
Cross Reference Leviticus 17:7 in Oriya 7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Deuteronomy 31:29 in Oriya 29 ଯେହେତୁ ମୋ' ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।
Deuteronomy 32:17 in Oriya 17 ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।
2 Kings 22:17 in Oriya 17 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।’”
2 Chronicles 28:22 in Oriya 22 ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟଲଙ୍ଘନ କଲେ।
2 Chronicles 34:25 in Oriya 25 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।
Psalm 106:37 in Oriya 37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
Psalm 115:4 in Oriya 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Psalm 135:15 in Oriya 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Isaiah 2:8 in Oriya 8 ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।
Isaiah 40:19 in Oriya 19 ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।
Isaiah 41:7 in Oriya 7 ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ ଯୋଡ଼ କର୍ମ ଉତ୍ତମ ହୋଇଅଛି ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।
Isaiah 42:17 in Oriya 17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 46:5 in Oriya 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?
Jeremiah 1:16 in Oriya 16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
Jeremiah 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ'ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Jeremiah 8:4 in Oriya 4 ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟ ପଡ଼ିଲେ, କ'ଣ ଆଉ ଉଠେ ନାହିଁ ? ବିପଥରେ ଗଲେ, କ'ଣ ଆଉ ଫେରେ ନାହିଁ ?”
Jeremiah 10:3 in Oriya 3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 15:19 in Oriya 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Jeremiah 25:6 in Oriya 6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।”
Jeremiah 44:8 in Oriya 8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶ୍ରାପ ଓ ନିନ୍ଦାର ପାତ୍ର ହେବ।
Jeremiah 51:17 in Oriya 17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Habakkuk 2:18 in Oriya 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
Matthew 21:32 in Oriya 32 କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ। ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ।
Acts 7:41 in Oriya 41 ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ।
Acts 17:29 in Oriya 29 ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଇଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
Acts 19:26 in Oriya 26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
1 Corinthians 10:20 in Oriya 20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
2 Corinthians 12:21 in Oriya 21 କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ।
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
Revelation 2:21 in Oriya 21 ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।
Revelation 9:21 in Oriya 21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ।
Revelation 16:8 in Oriya 8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା।