Romans 1:13 in Oriya 13 ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
Other Translations King James Version (KJV) Now I would not have you ignorant, brethren, that oftentimes I purposed to come unto you, (but was let hitherto,) that I might have some fruit among you also, even as among other Gentiles.
American Standard Version (ASV) And I would not have you ignorant, brethren, that oftentimes I purposed to come unto you (and was hindered hitherto), that I might have some fruit in you also, even as in the rest of the Gentiles.
Bible in Basic English (BBE) You may be certain, my brothers, that it has frequently been in my mind to come to you (but till now I was kept from it), so that I might have some fruit from you in the same way as I have had it from the other nations.
Darby English Bible (DBY) But I do not wish you to be ignorant, brethren, that I often proposed to come to you, (and have been hindered until the present time,) that I might have some fruit among you too, even as among the other nations also.
World English Bible (WEB) Now I don't desire to have you unaware, brothers, that I often planned to come to you, and was hindered so far, that I might have some fruit among you also, even as among the rest of the Gentiles.
Young's Literal Translation (YLT) And I do not wish you to be ignorant, brethren, that many times I did purpose to come unto you -- and was hindered till the present time -- that some fruit I might have also among you, even as also among the other nations.
Cross Reference Isaiah 27:6 in Oriya 6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।”
John 4:36 in Oriya 36 ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।
John 12:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।
John 15:16 in Oriya 16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
Acts 14:27 in Oriya 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ।
Acts 15:12 in Oriya 12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
Acts 16:6 in Oriya 6 ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Acts 19:21 in Oriya 21 ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।
Acts 21:19 in Oriya 19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Romans 15:18 in Oriya 18 କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।
Romans 15:22 in Oriya 22 ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ବାଧା ପାଇ ଆସୁଅଛି;
1 Corinthians 9:2 in Oriya 2 ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ।
1 Corinthians 10:1 in Oriya 1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ,
1 Corinthians 12:1 in Oriya 1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
2 Corinthians 1:8 in Oriya 8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
2 Corinthians 1:15 in Oriya 15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,
2 Corinthians 2:14 in Oriya 14 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
2 Corinthians 10:13 in Oriya 13 କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ।
Philippians 4:17 in Oriya 17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
Colossians 1:6 in Oriya 6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଇଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
1 Thessalonians 1:8 in Oriya 8 କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଇଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।
1 Thessalonians 2:13 in Oriya 13 ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଇଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଇଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଇଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଇଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।
1 Thessalonians 2:18 in Oriya 18 ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା।
1 Thessalonians 4:13 in Oriya 13 ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥି ନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।
2 Thessalonians 2:7 in Oriya 7 କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;