Romans 1:20 in Oriya 20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
Other Translations King James Version (KJV) For the invisible things of him from the creation of the world are clearly seen, being understood by the things that are made, even his eternal power and Godhead; so that they are without excuse:
American Standard Version (ASV) For the invisible things of him since the creation of the world are clearly seen, being perceived through the things that are made, `even' his everlasting power and divinity; that they may be without excuse:
Bible in Basic English (BBE) For from the first making of the world, those things of God which the eye is unable to see, that is, his eternal power and existence, are fully made clear, he having given the knowledge of them through the things which he has made, so that men have no reason for wrongdoing:
Darby English Bible (DBY) -- for from [the] world's creation the invisible things of him are perceived, being apprehended by the mind through the things that are made, both his eternal power and divinity, -- so as to render them inexcusable.
World English Bible (WEB) For the invisible things of him since the creation of the world are clearly seen, being perceived through the things that are made, even his everlasting power and divinity; that they may be without excuse.
Young's Literal Translation (YLT) for the invisible things of Him from the creation of the world, by the things made being understood, are plainly seen, both His eternal power and Godhead -- to their being inexcusable;
Cross Reference Deuteronomy 4:19 in Oriya 19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
Deuteronomy 33:27 in Oriya 27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ।
Job 31:26 in Oriya 26 ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
Psalm 8:3 in Oriya 3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
Psalm 19:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
Psalm 33:6 in Oriya 6 ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 104:5 in Oriya 5 ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।
Psalm 104:31 in Oriya 31 ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।
Psalm 119:90 in Oriya 90 ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
Psalm 139:13 in Oriya 13 କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
Psalm 148:8 in Oriya 8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 26:4 in Oriya 4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
Isaiah 40:26 in Oriya 26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
Jeremiah 5:21 in Oriya 21 ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Matthew 5:45 in Oriya 45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
John 1:18 in Oriya 18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
John 15:22 in Oriya 22 ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା- ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରି ପାରନ୍ତି ନାହିଁ।
Acts 17:29 in Oriya 29 ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଇଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
Romans 1:19 in Oriya 19 ଯେଣୁ ଇଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।
Romans 2:1 in Oriya 1 ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ।
Romans 2:15 in Oriya 15 କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;
Romans 16:26 in Oriya 26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଇଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,
Colossians 1:15 in Oriya 15 ସେ ଅଦୃଶ୍ୟ ଇଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
Colossians 2:9 in Oriya 9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
1 Timothy 6:16 in Oriya 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
Hebrews 11:27 in Oriya 27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ।