Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Other Translations King James Version (KJV) Because that, when they knew God, they glorified him not as God, neither were thankful; but became vain in their imaginations, and their foolish heart was darkened.
American Standard Version (ASV) because that, knowing God, they glorified him not as God, neither gave thanks; but became vain in their reasonings, and their senseless heart was darkened.
Bible in Basic English (BBE) Because, having the knowledge of God, they did not give glory to God as God, and did not give praise, but their minds were full of foolish things, and their hearts, being without sense, were made dark.
Darby English Bible (DBY) Because, knowing God, they glorified [him] not as God, neither were thankful; but fell into folly in their thoughts, and their heart without understanding was darkened:
World English Bible (WEB) Because, knowing God, they didn't glorify him as God, neither gave thanks, but became vain in their reasoning, and their senseless heart was darkened.
Young's Literal Translation (YLT) because, having known God they did not glorify `Him' as God, nor gave thanks, but were made vain in their reasonings, and their unintelligent heart was darkened,
Cross Reference Genesis 6:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Genesis 8:21 in Oriya 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
Deuteronomy 28:29 in Oriya 29 ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।
2 Kings 17:15 in Oriya 15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
Psalm 50:23 in Oriya 23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
Psalm 81:12 in Oriya 12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।
Psalm 86:9 in Oriya 9 ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
Ecclesiastes 7:29 in Oriya 29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 60:2 in Oriya 2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
Jeremiah 2:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି ?
Jeremiah 10:3 in Oriya 3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Hosea 2:8 in Oriya 8 “ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
Habakkuk 1:15 in Oriya 15 ସେ ସମସ୍ତଙ୍କୁ ବଡ଼ଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।
Luke 17:15 in Oriya 15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଇଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
Romans 1:19 in Oriya 19 ଯେଣୁ ଇଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 11:10 in Oriya 10 ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍ଜା କରି ରଖ।
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
2 Timothy 3:2 in Oriya 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 14:7 in Oriya 7 ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।