Romans 1:25 in Oriya 25 କାରଣ ସେମାନେ ଇଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍।
Other Translations King James Version (KJV) Who changed the truth of God into a lie, and worshipped and served the creature more than the Creator, who is blessed for ever. Amen.
American Standard Version (ASV) for that they exchanged the truth of God for a lie, and worshipped and served the creature rather than the Creator, who is blessed for ever. Amen.
Bible in Basic English (BBE) Because by them the true word of God was changed into that which is false, and they gave worship and honour to the thing which is made, and not to him who made it, to whom be blessing for ever. So be it.
Darby English Bible (DBY) who changed the truth of God into falsehood, and honoured and served the creature more than him who had created [it], who is blessed for ever. Amen.
World English Bible (WEB) who exchanged the truth of God for a lie, and worshiped and served the creature rather than the Creator, who is blessed forever. Amen.
Young's Literal Translation (YLT) who did change the truth of God into a falsehood, and did honour and serve the creature rather than the Creator, who is blessed to the ages. Amen.
Cross Reference Psalm 72:19 in Oriya 19 ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।
Psalm 145:1 in Oriya 1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
Isaiah 44:20 in Oriya 20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 13:25 in Oriya 25 ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Amos 2:4 in Oriya 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Habakkuk 2:18 in Oriya 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
Matthew 6:24 in Oriya 24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ।
Matthew 10:37 in Oriya 37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
John 2:8 in Oriya 8 ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ। ସେଥିରେ ସେମାନେ ଘେନିଗଲେ।
Romans 1:18 in Oriya 18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଇଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Romans 1:23 in Oriya 23 ପୁଣି, ଅକ୍ଷୟ ଇଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।
Romans 9:5 in Oriya 5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍।
2 Corinthians 11:31 in Oriya 31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ୱର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ।
Ephesians 3:21 in Oriya 21 ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍।
1 Thessalonians 1:9 in Oriya 9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
1 Timothy 1:11 in Oriya 11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଇଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
2 Timothy 3:4 in Oriya 4 ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ;
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।