Romans 10:15 in Oriya 15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।
Other Translations King James Version (KJV) And how shall they preach, except they be sent? as it is written, How beautiful are the feet of them that preach the gospel of peace, and bring glad tidings of good things!
American Standard Version (ASV) and how shall they preach, except they be sent? even as it is written, How beautiful are the feet of them that bring glad tidings of good things!
Bible in Basic English (BBE) And how will there be preachers if they are not sent? As it is said, How beautiful are the feet of those who give the glad news of good things.
Darby English Bible (DBY) and how shall they preach unless they have been sent? according as it is written, How beautiful the feet of them that announce glad tidings of peace, of them that announce glad tidings of good things!
World English Bible (WEB) And how will they preach unless they are sent? As it is written: "How beautiful are the feet of those who preach the Gospel of peace, Who bring glad tidings of good things!"
Young's Literal Translation (YLT) and how shall they preach, if they may not be sent? according as it hath been written, `How beautiful the feet of those proclaiming good tidings of peace, of those proclaiming good tidings of the good things!'
Cross Reference Isaiah 40:9 in Oriya 9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”
Isaiah 52:7 in Oriya 7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !
Isaiah 57:19 in Oriya 19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, “ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Jeremiah 23:32 in Oriya 32 ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
Nahum 1:15 in Oriya 15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଶତ୍ରୁଗଣ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।
Matthew 9:38 in Oriya 38 ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Luke 2:10 in Oriya 10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Luke 2:14 in Oriya 14 ଊର୍ଦ୍ଧ୍ୱଲୋକରେ ଇଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।
Luke 8:1 in Oriya 1 ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଇଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
Luke 10:1 in Oriya 1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।
John 20:21 in Oriya 21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।
Acts 9:15 in Oriya 15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
Acts 10:36 in Oriya 36 ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Acts 13:26 in Oriya 26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
Acts 22:21 in Oriya 21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ।
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
2 Corinthians 5:18 in Oriya 18 କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
Ephesians 2:17 in Oriya 17 ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Ephesians 6:15 in Oriya 15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ;
1 Peter 1:12 in Oriya 12 ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି।