Romans 10:19 in Oriya 19 କିନ୍ତୁ ମୁଁ କହେ, ଇସ୍ରାଏଲ କ'ଣ ଜାଣି ନାହାଁନ୍ତି ? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।
Other Translations King James Version (KJV) But I say, Did not Israel know? First Moses saith, I will provoke you to jealousy by them that are no people, and by a foolish nation I will anger you.
American Standard Version (ASV) But I say, Did Israel not know? First Moses saith, I will provoke you to jealousy with that which is no nation, With a nation void of understanding will I anger you.
Bible in Basic English (BBE) But I say, Had Israel no knowledge? First Moses says, You will be moved to envy by that which is not a nation, and by a foolish people I will make you angry.
Darby English Bible (DBY) But I say, Has not Israel known? First, Moses says, *I* will provoke you to jealousy through [them that are] not a nation: through a nation without understanding I will anger you.
World English Bible (WEB) But I ask, didn't Israel know? First Moses says, "I will provoke you to jealousy with that which is no nation, With a nation void of understanding I will make you angry."
Young's Literal Translation (YLT) But I say, Did not Israel know? first Moses saith, `I will provoke you to jealousy by `that which is' not a nation; by an unintelligent nation I will anger you,'
Cross Reference Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Psalm 115:5 in Oriya 5 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
Isaiah 44:18 in Oriya 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Hosea 2:23 in Oriya 23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ‘ତୁମ୍ଭେ ଆମ୍ଭର ଲୋକ' ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।'”
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Romans 3:26 in Oriya 26 ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
Romans 10:18 in Oriya 18 କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାଁନ୍ତି ? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।
Romans 11:11 in Oriya 11 ତେବେ ମୁଁ କହେ, ସେମାନେ କ'ଣ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୂଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି।
Romans 11:14 in Oriya 14 ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରି ପାରେ।
1 Corinthians 1:12 in Oriya 12 ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର , ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।
1 Corinthians 7:29 in Oriya 29 କିନ୍ତୁ ହେ ଭାଇମାନେ, ମୋ' କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ।
1 Corinthians 10:19 in Oriya 19 ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି ?
1 Corinthians 11:22 in Oriya 22 କ'ଣ ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ ? କିମ୍ବା ତୁମ୍ଭେମାନେ କ'ଣ ଇଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ ? ମୁଁ ତୁମ୍ଭମାନଙ୍କୁ କ'ଣ କହିବି ? କ'ଣ ତୁମ୍ଭମାନଙ୍କର ପ୍ରଶଂସା କରିବି ? ଏବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।
1 Corinthians 12:2 in Oriya 2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।
1 Corinthians 15:50 in Oriya 50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଇଶ୍ବରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
1 Peter 2:10 in Oriya 10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଇଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।