Romans 10:21 in Oriya 21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।'
Other Translations King James Version (KJV) But to Israel he saith, All day long I have stretched forth my hands unto a disobedient and gainsaying people.
American Standard Version (ASV) But as to Israel he saith, All the day long did I spread out my hands unto a disobedient and gainsaying people.
Bible in Basic English (BBE) But about Israel he says; All the day my hands have been stretched out to a people whose hearts were turned away, and who put themselves against my word.
Darby English Bible (DBY) But unto Israel he says, All the day long I have stretched out my hands unto a people disobeying and opposing.
World English Bible (WEB) But as to Israel he says, "All day long I stretched out my hands to a disobedient and contrary people."
Young's Literal Translation (YLT) and unto Israel He saith, `All the day I did stretch out My hands unto a people unbelieving and gainsaying.'
Cross Reference Deuteronomy 9:13 in Oriya 13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।”
Deuteronomy 31:27 in Oriya 27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ' ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ ?
1 Samuel 8:7 in Oriya 7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Proverbs 1:24 in Oriya 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Isaiah 65:2 in Oriya 2 ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;
Jeremiah 25:4 in Oriya 4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।
Jeremiah 35:15 in Oriya 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Jeremiah 44:4 in Oriya 4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
Matthew 20:1 in Oriya 1 କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।
Matthew 21:33 in Oriya 33 ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।
Matthew 22:3 in Oriya 3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 13:46 in Oriya 46 ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
1 Thessalonians 2:16 in Oriya 16 କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।
1 Peter 2:8 in Oriya 8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।